Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 64 - ପବିତ୍ର ବାଇବଲ (Re-edited) - (BSI)


ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।

2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀ-ମାନଙ୍କ କଳହରୁ ମୋତେ ଲୁଚାଇ ରଖ;

3 ସେମାନେ ଖଡ଼୍‍ଗ ପରି ଆପଣା ଜିହ୍ଵା ଶାଣିତ କରିଅଛନ୍ତି

4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।

5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, ଆମ୍ଭମାନଙ୍କୁ କିଏ ଦେଖିବ?

6 ସେମାନେ ଅଧର୍ମ କଳ୍ପନା କରନ୍ତି; ଆମ୍ଭେମାନେ ଯନିପୂର୍ବକ କଳ୍ପନା ସିଦ୍ଧ କରିଅଛୁ ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।

7 ମାତ୍ର ପରମେଶ୍ଵର ସେମାନଙ୍କ ପ୍ରତି ନିକ୍ଷେପ କରିବେ; ସେମାନେ ତୀରରେ ହଠାତ୍ ଆହତ ହେବେ।

8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ଵା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ତ ହଲାଇବେ;

9 ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।

10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan