Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 8 - ପବିତ୍ର ବାଇବଲ (Re-edited) - (BSI)


ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ !

2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।

3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)

4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?

5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;

7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan