Biblia Todo Logo
Bìoball air-loidhne

- Sanasan -

ପ୍ରକାଶିତ 18 - ପବିତ୍ର ବାଇବଲ (Re-edited) - (BSI)


ବାବିଲର ପତନ

1 ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହା କ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା,।

2 ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।

3 କାରଣ ଜାତିସମୂହ ତାହାର ବ୍ୟଭିଚାରର କାମରୂପ ମଦିରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।

4 ପରେ ମୁଁ ସ୍ଵର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଳେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;

5 କାରଣ ତାହାର ପାପରାଶି ସ୍ଵର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ଵର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।

6 ସେ ଯେପରି କରିଅଛି, ସେହିପରି ତାହାକୁ ପ୍ରତିଫଳ ଦିଅ, ତାହାର କର୍ମାନୁସାରେ ତାହାକୁ ଦ୍ଵିଗୁଣ ପ୍ରତିଫଳ ଦିଅ, ଆଉ ସେ ଯେଉଁ ପାତ୍ରରେ ମଦ୍ୟ ମିଶ୍ରିତ କରିଅଛି, ସେଥିରେ ତାହା ପାଇଁ ଦ୍ଵିଗୁଣ ମଦ୍ୟ ମିଶ୍ରିତ କର।

7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।

8 ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଳେଶ, ଅର୍ଥାତ୍, ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ଵର ଶକ୍ତିମାର୍ନ।

9 ପୃଥିବୀର ଯେସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହାର ଦାହର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବୋ;

10 ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କହିବେ, ହାୟ, ହାୟ, ମହାନଗରୀ, ପରାକ୍ରମୀ ନଗରୀ ବାବିଲ, ତୁ ସନ୍ତାପର ପାତ୍ରୀ। କାରଣ ଏକ ଘଡ଼ି ମଧ୍ୟରେ ତୋହର ଦଣ୍ତ ଉପସ୍ଥିତ ହେଲା।

11 ଆଉ, ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟଦ୍ରବ୍ୟ ଆଉ କ୍ରୟ କରିବ ନାହିଁ, ଯଥା,

12 ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବସ୍ତ୍ର, ପଟ୍ଟବସ୍ତ୍ର, ସିନ୍ଦୂରବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତିଦନ୍ତର ସର୍ବପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଷ୍ଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,

13 ଦାରୁଚିନି, ସୁଗନ୍ଧି ଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ଵ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।

14 ତୋହର ପ୍ରାଣର ଅଭିଳଷିତ ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି ସମସ୍ତ ସୁସ୍ଵାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।

15 ଏହିସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ଵାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,

16 ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ଓ ସିନ୍ଦୂରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।

17 କାରଣ ଏକ ଘଡ଼ି ମଧ୍ୟରେ ସେହି ମହାସମ୍ପତ୍ତି ଧ୍ଵଂସ ହୋଇଗଲା। ଆଉ ପ୍ରତ୍ୟେକ ପୋତାଧ୍ୟକ୍ଷ ଓ ଜଳପଥରେ ଗତାୟାତକାରୀ ପ୍ରତ୍ୟେକ ଲୋକ ପୁଣି ନାବିକ ଓ ସମୁଦ୍ର ବ୍ୟବସାୟୀ ସମସ୍ତେ ଦୂରରେ ଠିଆ ହୋଇଣଯିଶା. ୨୩:୧୪

18 ତାହାର ଦାହର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ?

19 ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ଵାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ଵଂସ ହୋଇଗଲା।

20 ହେ ସ୍ଵର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ଭାବବାଦୀ ସମସ୍ତେ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ଵର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।

21 ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।

22 ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୂରୀବାଦକ-ମାନଙ୍କର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋʼ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,

23 ପ୍ରଦୀପର ଆଲୋକ ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଵଳିତ ହେବ ନାହିଁ, ପୁଣି ବରକନ୍ୟାଙ୍କ ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,

24 ପୁଣି ଭାବବାଦୀମାନଙ୍କର, ସାଧୁମାନଙ୍କର ଓ ପୃଥିବୀରେ ହତ ହୋଇଥିବା ସମସ୍ତଙ୍କର ରକ୍ତ ତାହା ମଧ୍ୟରେ ଦେଖାଯାଇଥିଲା।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan