ପରମ ଗୀତ 1 - ପବିତ୍ର ବାଇବଲ (Re-edited) - (BSI)କନ୍ୟାର ପ୍ରେମ ଆହ୍ଵାନ 1 ଶଲୋମନଙ୍କର ପରମ ଗୀତ। 2 ସେ ଆପଣା ମୁଖ-ଚୁମ୍ଵନରେ ମୋତେ ଚୁମ୍ଵନ କରନ୍ତୁ; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ। 3 ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ଵରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି। 4 ମୋତେ ଆକର୍ଷଣ କର; ଆମ୍ଭେମାନେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି। ଅନ୍ୟମାନେ କନ୍ୟା 5 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ଵୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ। 6 ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ। 7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? ପରଷ୍ପରଠାରେ ଆନନ୍ଦ ବର 8 ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯେବେ ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ପ.ଗୀ.୫:୯ ଓ ମେଷପାଳମାନଙ୍କ ତମ୍ଵୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ। 9 ଆଗୋ ମୋହର ପ୍ରିୟେ, ମୁଁ ଫାରୋର ରଥର ଅଶ୍ଵିନୀ ସଙ୍ଗେ ତୁମ୍ଭର ଉପମା ଦେଇଅଛି। 10 ତୁମ୍ଭର ଗଣ୍ତଯୁଗଳ ବେଣୀରେ, ତୁମ୍ଭ ଗଳଦେଶ ରନିହାରରେ ସୁଶୋଭିତ। ଅନ୍ୟମାନେ 11 ଆମ୍ଭେମାନେ ତୁମ୍ଭ ପାଇଁ ରୂପା ଭୁଣ୍ତିଲଗା ସୁବର୍ଣ୍ଣ ବେଣୀ ପ୍ରସ୍ତୁତ କରିବା। କନ୍ୟା 12 ରାଜା ଭୋଜନାସନରେ ଉପବିଷ୍ଟ ଥିବା ବେଳେ ମୋʼ ଜଟାମାଂସୀର ସୁବାସ ବ୍ୟାପ୍ତ ହେଲା। 13 ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି। 14 ମୋʼ ପ୍ରିୟତମ ମୋʼ ପ୍ରତି ଐନ୍ଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦିପୁଷ୍ପ ଥୋପା ତୁଲ୍ୟ ଅଟନ୍ତି। ବର 15 ଆଗୋ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ନେତ୍ରଯୁଗଳ କପୋତ ତୁଲ୍ୟ। କନ୍ୟା 16 ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଆସନ ହରିଦ୍ବର୍ଣ୍ଣ। 17 ଏରସ କାଷ୍ଠ ଆମ୍ଭମାନଙ୍କ ଗୃହର କଡ଼ି |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India