Biblia Todo Logo
Bìoball air-loidhne

- Sanasan -

ପରମ ଗୀତ 7 - ପବିତ୍ର ବାଇବଲ (Re-edited) - (BSI)


ବର

1 ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? ଆଗୋ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ତଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରନିହାର ସ୍ଵରୂପ।

2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର ଶୋଶନ୍ପୁଷ୍ପ-ମଣ୍ତିତ ଗହମରାଶି ତୁଲ୍ୟ।

3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଅାଁଳା ଛୁଆ ତୁଲ୍ୟ।

4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ଵାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।

5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।

6 ଆଗୋ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !

7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜୂରବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ।

8 ମୁଁ କହିଲି, ମୁଁ ଖର୍ଜୂରବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି; ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ତା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ଵାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ ଧୀରେ ଧୀରେ ଚାଲିଯାଏ।


କନ୍ୟା

10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।


କନ୍ୟାର ପ୍ରେମ ପ୍ରଦାନ

11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।

12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ଫୁଟିତ ଓ ଡାଳିମ୍ଵ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।

13 ଦୂଦା ଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ଵାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି,

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan