ପରମ ଗୀତ 8 - ପବିତ୍ର ବାଇବଲ (Re-edited) - (BSI)ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା 1 ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି। ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟ ପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତଣ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ଵନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ। 2 ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ଵରସ ପାନ କରାନ୍ତି। 3 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ। 4 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ। 5 ଆପଣା ପ୍ରିୟତମଙ୍କ ଉପରେ ଆଉଜି ପଡ଼ି ପ୍ରାନ୍ତରରୁ ଆସୁଅଛି ଯେ, ସେ କିଏ?ନାଗରଙ୍ଗ ବୃକ୍ଷ ତଳେ ମୁଁ ତୁମ୍ଭକୁ ଜଗାଇଲି; ସେଠାରେ ତୁମ୍ଭ ମାତା ତୁମ୍ଭ ପାଇଁ ପ୍ରସବ ବେଦନାଗ୍ରସ୍ତା ହେଲେ, ସେଠାରେ ସେ ପ୍ରସବବେଦନାଗ୍ରସ୍ତା ହୋଇ ତୁମ୍ଭକୁ ପ୍ରସବ କଲେ। 6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁ ପରି ବଳବାନ; ଅନ୍ତର୍ଜ୍ଵାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା। 7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯେବେ କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ଵ ଦେବ, ତେବେ ସେ ଲୋକ ନିତା; ତୁଚ୍ଛୀକୃତ ହେବ। ଶେଷ ପରାମର୍ଶ ଅନ୍ୟମାନେ 8 ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା? 9 ଯେବେ ସେ ପ୍ରାଚୀର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯେବେ ସେ ଦ୍ଵାର ସ୍ଵରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା। କନ୍ୟା 10 ମୁଁ ପ୍ରାଚୀର ସ୍ଵରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ଵରୂପ; ସେସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି। 11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା। 12 ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ। ବର 13 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ। କନ୍ୟା 14 ହେ ମୋହର ପ୍ରିୟତମ, ଚଞ୍ଚଳ ହୁଅ, ସୁଗନ୍ଧିମୟ ପର୍ବତଶ୍ରେଣୀ ଉପରେ ତୁମ୍ଭେ ମୃଗ ବା ହରିଣଶାବକ ତୁଲ୍ୟ ହୁଅ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India