Biblia Todo Logo
Bìoball air-loidhne

- Sanasan -

ତୀତସ 3 - ପବିତ୍ର ବାଇବଲ (Re-edited) - (BSI)


ସମସ୍ତ ସତ୍କର୍ମ ନିମନ୍ତେ ପ୍ରସ୍ତୁତି

1 କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,

2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।

3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।

4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,

5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;

6 ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ,

7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ।

8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।

9 କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର।

10 ଯେଉଁ ଲୋକ ଭ୍ରାନ୍ତ ମତାବଲମ୍ଵୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ ରୁହ;

11 ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହାତ ତୁମ୍ଭେ ଜାଣ।


ଶେଷ ପରାମର୍ଶ ଏବଂ ସମ୍ଭାଷଣ

12 ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି।

13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।

14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।

15 ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan