ଯିଖରୀୟ 9 - ପବିତ୍ର ବାଇବଲ (Re-edited) - (BSI)ଇସ୍ରାଏଲର ଶତ୍ରୁମାନଙ୍କର ବିଚାର 1 ହଦ୍ରକ୍ ଦେଶ ଉପରେ ସଦାପ୍ରଭୁଙ୍କର ଭାରୋକ୍ତି ଓ ଦାମାସ୍କସ୍ ତହିଁର ବିଶ୍ରାମ-ସ୍ଥାନ ହେବ; କାରଣ ମନୁଷ୍ୟର ଓ ସମୁଦାୟ ଇସ୍ରାଏଲ-ବଂଶର ଚକ୍ଷୁ ସଦାପ୍ରଭୁଙ୍କ ଆଡ଼େ ଅଛି; 2 ପୁଣି, ତହିଁର ପାର୍ଶ୍ଵସ୍ଥିତ ହମାତ୍ ଓ ଅତି ଜ୍ଞାନି ହେବାରୁ ସୋର ଓ ସୀଦୋନ ତହିଁର ବିଶ୍ରାମ-ସ୍ଥାନ ହେବ। 3 ଆଉ, ସୋର ଆପଣା ପାଇଁ ଦୃଢ଼ ଗଡ଼ ନିର୍ମାଣ କଲା ଓ ଧୂଳି ପରି ରୂପା ଓ ବାଟର କାଦୁଅ ପରି ଉତ୍ତମ ସୁନା ରାଶୀକୃତ କଲା। 4 ଦେଖ, ପ୍ରଭୁ ତାହାକୁ ଅନଧିକାରିଣୀ କରିବେ ଓ ସେ ସମୁଦ୍ରରେ ତାହାର ପରାକ୍ରମକୁ ଆଘାତ କରିବେ; ଆଉ, ଅଗ୍ନି ଦ୍ଵାରା ସେ ଗ୍ରାସିତ ହେବ। 5 ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟ; ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ। 6 ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା। 7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦ; ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ। 8 ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ଵଚକ୍ଷୁରେ ଦେଖିଅଛୁ। ସିୟୋନର ଭାବୀ ରାଜା 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି। 10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ଵ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ହେବ। 11 ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ। 12 ହେ ଭରସାଯୁକ୍ତ ବନ୍ଦୀମାନେ, ତୁମ୍ଭେମାନେ ଦୃଢ଼ ଗଡ଼ ଆଡ଼େ ଫେରି ଆସ; ଆମ୍ଭେ ତୁମ୍ଭକୁ ଦୁଇ ଗୁଣ ମଙ୍ଗଳ ଦେବା ବୋଲି ଆଜି ପ୍ରକାଶ କରୁଅଛୁ। 13 କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ଵରୂପ ଯିହୁଦାରେ ଗୁଣ ଦେଇଅଛୁ ଓ ତୀରସ୍ଵରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ଼୍ଗ ସ୍ଵରୂପ କରିବା। ଈଶ୍ଵରଙ୍କ ଲୋକମାନଙ୍କର ପୁନଃ ପ୍ରତିଷ୍ଠା 14 ପୁଣି, ସଦାପ୍ରଭୁ ସେମାନଙ୍କ ଊର୍ଦ୍ଧ୍ଵରେ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ। 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେନ୍ତ ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ନ୍ୟାୟ ଶଦ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ। 16 ପୁଣି, ସେଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ଆପଣା ଲୋକମାନଙ୍କୁ ପଲ ସ୍ଵରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ଵରୂପ ତାହାଙ୍କ ଦେଶର ଊର୍ଦ୍ଧ୍ଵରେ ଉତ୍ଥାପିତ ହେବେ। 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟକିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India