Biblia Todo Logo
Bìoball air-loidhne

- Sanasan -

2 ଶାମୁୟେଲ 9 - ପବିତ୍ର ବାଇବଲ


ଶାଉଲଙ୍କର ପରିବାର ପ୍ରତି ଦାଉଦଙ୍କର ଦୟା

1 ଦାଉଦ ପଗ୍ଭରିଲେ, “ଆଉ ଶାଉଲ ପରିବାରର କୌଣସି ଲୋକ ରହିଲେ କି? ମୁଁ ସେମାନଙ୍କ ଉପରେ ଦୟା କରିବାକୁ ଗ୍ଭହେଁ। ମୁଁ ଏ ସବୁ ଯୋନାଥନଙ୍କ ପାଇଁ କରିବାକୁ ଗ୍ଭହୁଁଛି।”

2 ସୀବଃ ନାମକ ଏକ ଗ୍ଭକର ଶାଉଲ ପରିବାରର ଥିଲା। ସେ ଦାଉଦଙ୍କ ସମ୍ମୁଖକୁ ଡକା ହୋଇଥିଲା। ଏବଂ ରାଜା ପଗ୍ଭରିଲେ, “ତୁମ୍ଭେ କ’ଣ ସୀବଃ?” ସେ ଉତ୍ତର ଦେଇ କହିଲା, “ହଁ ଆଜ୍ଞା, ମୁଁ ଆପଣଙ୍କର ଦାସ ସୀବଃ।”

3 ରାଜା କହିଲେ, “ଆଉ ଶାଉଲ ପରିବାରର କେହି ଅଛନ୍ତି କି? ପରମେଶ୍ୱରଙ୍କର ଦୟା ସେମାନଙ୍କୁ ଦେବାକୁ ଗ୍ଭହୁଁଛି।” ସୀବଃ ରାଜା ଦାଉଦକୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ମଧ୍ୟ ବଞ୍ଚିଛି। ସେ ଛୋଟା ଅଟେ।”

4 ରାଜା ଦାଉଦ ସୀବଃଙ୍କୁ କହିଲେ, “ସେ ପୁତ୍ର କେଉଁଠାରେ ଅଛି?” “ସେ ପୁତ୍ର ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଘରେ ଅଛି।”

5 ଯୋନାଥନର ପୁତ୍ରକୁ ଆଣିବା ପାଇଁ ରାଜା ଦାଉଦ ତାଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲୋ-ଦବାରରେ ମାଖୀରଙ୍କ ଅମ୍ମୀୟେଲର ପୁତ୍ର ଘରକୁ ପଠାଇଲେ।

6 ଯୋନାଥନର ପୁତ୍ର ମଫୀବୋଶତ୍ ଆସି ରାଜା ଦାଉଦଙ୍କୁ ଭୂମିଷ୍ଟ ପ୍ରଣାମ କଲା। ଦାଉଦ କହିଲେ, “ତୁମ୍ଭେ ମଫୀବୋଶତ୍।” ସେ କହିଲା, “ହଁ, ମହାପ୍ରଭୁ, ମୁଁ ହେଉଛି ଆପଣଙ୍କର ଦାସ ମଫୀବୋଶତ୍,”

7 ଦାଉଦ ମଫୀବୋଶ‌‌ତ୍‌‌କୁ କହିଲେ, “ଭୟ କର ନାହିଁ, ମୁଁ ତୁମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁଁ ତୁମ୍ଭକୁ ଦୟା ଦେଖାଉଛି। ମୁଁ ତୁମ୍ଭକୁ ତୁମ୍ଭ ଜେଜେ ବାପା ଶାଉଲଙ୍କର ସମସ୍ତ ସମ୍ପତ୍ତି ତୁମ୍ଭକୁ ଫେରାଇ ଦେବି। ତୁମ୍ଭେ ମଧ୍ୟ ମୋ’ ପାଖରେ ସବୁଦିନ ଭୋଜନ କରିବ।”

8 ମଫୀବୋଶତ୍ ପୁନରାୟ ଦାଉଦଙ୍କୁ ପ୍ରଣାମ କଲା, ଏବଂ କହିଲା, “ମୁଁ ତ ଏକ ମଲା କୁକୁରଠାରୁ ଭଲ ନୁହେଁ। କିନ୍ତୁ ଆପଣ ମୋ’ ପ୍ରତି ଚଳିତ ବହୁତ ଦୟା ଦେଖାଇଛନ୍ତି।”

9 ତା'ପରେ ରାଜା ଦାଉଦ ଶାଉଲଙ୍କର ଗ୍ଭକର ସୀବଃକୁ ପାଖକୁ ଡାକିଲେ ଏବଂ କହିଲେ, “ମୁଁ ତୁମ୍ଭର ମୁନିବର ନାତିକୁ ଶାଉଲଙ୍କର ଓ ତାହାଙ୍କ ପରିବାରକୁ ସମସ୍ତ ସମ୍ପତ୍ତି ଦେଲି।

10 ତୁମ୍ଭେ ଓ ତୁମ୍ଭର ପୁତ୍ରମାନେ ଓ ତୁମ୍ଭର ସେବକଗଣ ତୁମ୍ଭମାନଙ୍କର ମୁନିବର ନାତୀ ମଫୀବୋଶତଙ୍କ ପାଇଁ ଏହି ଜମିକୁ ଗ୍ଭଷ କରିବ ଓ ସେଥିରୁ ଉତ୍ପନ୍ନ ଶସ୍ୟ ଆଣି ତାଙ୍କୁ ଦେବ। କିନ୍ତୁ ସେ ମୋ’ ସହିତ ସବୁ ବେଳେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଗ୍ଭକର ଥିଲେ।

11 ତେବେ ସୀବଃ ରାଜାଙ୍କୁ କହିଲା, “ମୁଁ ଆପଣଙ୍କର ଦାସ ଆପଣଙ୍କର ଆଜ୍ଞାକୁ ମୁଁ ଅକ୍ଷରେ ଅକ୍ଷରେ ପାଳନ କରିବି। ଯାହା ଆପଣଙ୍କର ଆଦେଶ ହେବ।” ତେଣୁ ମଫୀବୋଶତ୍ ସର୍ବଦା ରାଜାଙ୍କ ପାଖରେ ତାଙ୍କର ପୁତ୍ର ତୁଲ୍ୟ ସର୍ବଦା ଭୋଜନ କରି ରହିଲେ।

12 ମଫୀବୋଶ‌‌ତ୍‌‌ର ଏକ ସାନ ପୁତ୍ର ଥିଲା। ଯାହାର ନାମ ଥିଲା ମୀଖା। ସୀବଃ ବଂଶର ପ୍ରତ୍ୟେକ ଲୋକ ମଫୀବୋଶ‌‌ତ୍‌‌ର ଦାସ ହୋଇ ରହିଲେ।

13 ମଫୀବୋଶ‌‌ତ୍‌‌ଙ୍କର ଦୁଇ ଗୋଡ଼ ଛୋଟା ଥିଲା। ସେ ସର୍ବଦା ଯିରୁଶାଲମରେ ବାସ କରୁଥିଲେ ଓ ରାଜା ଦାଉଦଙ୍କ ପାଖରେ ସର୍ବଦା ତାଙ୍କ ଟେବୁଲରେ ଖାଉଥିଲେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan