Biblia Todo Logo
Bìoball air-loidhne

- Sanasan -

ଆଦି ପୁସ୍ତକ 10 - ପବିତ୍ର ବାଇବଲ


ଜାତିମାନଙ୍କର ବୃଦ୍ଧି ଓ ବିସ୍ତାର ହେଲା

1 ନୋହଙ୍କର ପୁତ୍ରମାନେ ଥିଲେ, ଶେମ, ହାମ ଏବଂ ଯେଫତ୍। ବନ୍ୟା ପରେ ଏହି ତିନି ଜଣଙ୍କର ସନ୍ତାନସନ୍ତତି ଜନ୍ମ ନେଇଥିଲେ।


ଯେଫତଙ୍କର ବଂଶାବଳୀ

2 ଯେଫ‌‌‌ତ୍‌‌‌ଙ୍କର ପୁତ୍ରମାନେ ହେଲେ, ଗୋମର, ମାଗୋଗ୍, ମାଦୟ, ତୁବଲ, ଯବନ, ମେଶକ ଓ ତିରସ।

3 ଅସ୍କିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମରର ସନ୍ତାନ।

4 ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ଯବନର ସନ୍ତାନ ଥିଲେ।

5 ଏମାନଙ୍କଠାରୁ ଅନ୍ୟ ଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶରେ ନିଜ ନିଜ ଭାଷାନୁଯାୟୀ ବ୍ୟାପ୍ତ ହୋଇ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ!


ହାମର ବଂଶାବଳୀ

6 ହାମର ସନ୍ତାନଗଣ ଥିଲେ, କୂଶ୍, ମିଶର, ପୂଟ୍ ଓ କିଣାନ।

7 ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରୟମାର ସନ୍ତାନ।

8 ନିମ୍ରୋଦ୍ କୂଶର ପୁତ୍ର। ସେ ପୃଥିବୀ ମଧ୍ୟରେ ପରାକ୍ରମି ହେବାକୁ ଲାଗିଲା।

9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ଥିଲେ ବୋଲି ଲୋକମାନେ କହୁଥିଲେ, “ସେ ବ୍ୟକ୍ତି ନିମ୍ରୋଦ୍ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖରେ ଗୋଟିଏ ପରାକ୍ରାନ୍ତ ବ୍ୟାଧ।”

10 ଶିନିୟର ଦେଶରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।

11 ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ

12 ଏବଂ ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ ନଗର ସ୍ଥାପନ କଲା। (ରେଷନ ଏକ ପ୍ରଧାନ ନଗର ଥିଲା)।

13 ମିଶରୀୟମ ଲୂଦୀୟ, ଅନାମୀୟ, ଲହାବୀୟ ଓ ନପ୍ତୁହୀୟ ଲୋକମାନଙ୍କର ପିତା ଥିଲା।

14 ପଥ୍ରୋଷୀୟ, କ‌ସ୍‌ଲୁହୀୟ ଓ କପ୍ତୋରିୟ (ଏହି ପଲେଷ୍ଟୀୟ ଲୋକମାନେ କ‌ସ୍‌ଲୁହୀୟରୁ ଆସିଲେ।)

15 ସୀଦୋନର ପିତା ଥିଲା କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ୟ ହେତର ପିତାଥିଲା। ହେତର ହେଲେ ଦୀଟାତୀୟମାନଙ୍କର ପିତା।

16 କିଣାନ ମଧ୍ୟ ଯିବୂଷୀୟ, ଇମୋରୀୟ ଓ ଗିର୍ଗାଶୀୟର ପିତା ଥିଲା।

17 ହିବ୍ବୀୟ, ଅର୍କୀୟ ଓ ସୀନିୟ

18 ଅର୍ବଦୀୟ, ସାମରୀୟ ଓ ହମାତୀୟ, ଏହିପରି କିଣାନୀୟମାନଙ୍କର ବଂଶ ବ୍ୟାପିଲା।

19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।

20 ନିଜ ନିଜ ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏ ସମସ୍ତ ହାମର ସନ୍ତାନ।


ଶେମର ବଂଶାବଳୀ

21 ଯେଫତର ବଡ଼ଭାଇ ଶେମଙ୍କର ମଧ୍ୟ ସନ୍ତାନସନ୍ତତି ଥିଲେ, ସେହି ଏବର ଯେଫତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲା।

22 ଶେମର ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫ‌କ୍‌ଷଦ ଓ ଲୂଦ୍ ଓ ଅରାମ୍।

23 ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।

24 ଏବଂ ଅର୍ଫ‌କ୍‌ଷଦର ସନ୍ତାନ ଶେଲହ, ଓ ଶେଲହର ସନ୍ତାନ ଏବର।

25 ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପେଲଗ୍, କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ଯକ୍ତନ।

26 ଏବଂ ଯକ୍ତନର ପୁତ୍ର ଅଲମୋଦଦ୍ ଓ ଶେଲପ୍, ହ‌ତ୍‌ସର୍ମାବତ ଓ ଯେରହ।

27 ହଦୋରାମ ଓ ଊଷଲ ଓ ଦିକ୍ଳ।

28 ଓବଲ ଓ ଅବୀମାୟେଲ୍ ଓ ଶିବା।

29 ଓଫୀର, ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ।

30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।

31 ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶେମର ସନ୍ତାନ।

32 ନିଜ ନିଜ ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଳାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan