Biblia Todo Logo
Bìoball air-loidhne

- Sanasan -

ଯିଶାଇୟ 12 - ପବିତ୍ର ବାଇବଲ


ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ

1 ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।

2 ପରମେଶ୍ୱର ମୋର ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ୱାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମୋତେ ରକ୍ଷା କରନ୍ତି। ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”

3 ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ। ତାହାହେଲେ ତୁମ୍ଭେମାନେ ସୁଖୀ ହେବ।

4 ତା'ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମରେ ପ୍ରାର୍ଥନା କର। ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”

5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର। କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।

6 ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର। ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ତେଣୁ ଆନନ୍ଦ କର।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan