Biblia Todo Logo
Bìoball air-loidhne

- Sanasan -

ଯିଶାଇୟ 34 - ପବିତ୍ର ବାଇବଲ


ପରମେଶ୍ୱର ତାଙ୍କର ଶତ୍ରୁକୁ ଦଣ୍ଡ ଦେବେ

1 ହେ ସମସ୍ତ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଧ୍ୟାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଶ୍ରବଣ କରନ୍ତୁ, ଜଗତ ଓ ସେଥିରୁ ସୃଷ୍ଟି ସମସ୍ତ ପଦାର୍ଥ ଶ୍ରବଣ କରୁ।

2 କାରଣ ସଦାପ୍ରଭୁ ଦେଶୀୟ ସମସ୍ତଙ୍କ ବିପକ୍ଷରେ ଓ ସମସ୍ତ ସୈନ୍ୟସାମନ୍ତଙ୍କ ପ୍ରତିକୂଳରେ ତାଙ୍କର ପ୍ରଚଣ୍ଡ କ୍ରୋଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସେମାନଙ୍କୁ ବିନାଶ କରିବେ ଓ ସେ ମଧ୍ୟ ସେ ସମସ୍ତଙ୍କର ବିନାଶର କାରଣ ହେବେ।

3 ସେହି ନିହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ। ସେମାନଙ୍କ ଶବ ଦୁର୍ଗନ୍ଧ ଦେବ ଓ ସେମାନଙ୍କର ରକ୍ତ ପର୍ବତଗୁଡ଼ିକରେ ବୋହି ଯିବ।

4 ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ୟ କ୍ଷୟପ୍ରାପ୍ତ ହେବେ ଏବଂ ମୋଡ଼ା କାଗଜ ଭଳି ସେ ଗୁଡ଼ାଇ ହୋଇଥିବେ। ଦ୍ରାକ୍ଷାଲତାର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ୟ ବିହୀନ ହେବେ ଏବଂ ପଡ଼ିଯିବେ।

5 ସଦାପ୍ରଭୁ କୁହନ୍ତି, “ଏହା ଘଟିବ ଯେତେବେଳେ ଆମ୍ଭର ‌‌ଖ‌ଡ଼୍‌ଗ ପରିତୃପ୍ତ ରୂପେ ପାନ କରିଛି।” ଦେଖ, ବିଗ୍ଭର ସାଧନ ନିମନ୍ତେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କ ଉପରେ ପଡ଼ିବ।

6 ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ ରକ୍ତରେ ପରିତୃପ୍ତ ଓ ମେଦରେ ଓ ଛାଗଗଣର ଗୁରୁଦାର ମେଦରେ ପୁଷ୍ଟ। କାରଣ ବସ୍ତ୍ରରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହା ହତ୍ୟାକାଣ୍ଡ ହେବ।

7 ତେଣୁ ମେଷ, ବନ୍ୟ ଗୋରୁ, ବୃଷଭ ଏବଂ ଯୁବା ବୃଷଭ ଆସିବେ। ସେମାନଙ୍କ ରକ୍ତରେ ପରିପୂର୍ଣ୍ଣ ହେବ ଓ ସେମାନଙ୍କ ଚର୍ବ୍ବୀରେ ଭୂମି ଆଚ୍ଛାଦିତ ହେବ।

8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।

9 ଆଉ ମଧ୍ୟ ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ। ସେହି ଭୂମି ପ୍ରଜ୍ୱଳିତ ଝୁଣା ହେବ।

10 ସେହି ଅଗ୍ନି ଦିବାରାତ୍ରି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହେବ। ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ। ଅନନ୍ତକାଳ ପର୍ଯ୍ୟନ୍ତ ତାହା ମଧ୍ୟଦେଇ କେହି ଗମନ କରିବେ ନାହିଁ।

11 ପାଣି ଭେଳା ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପେଗ୍ଭ ଓ ଡାମରା କାଉର ତାହା ମଧ୍ୟରେ ବାସ କରିବେ। ପୁଣି ସେ ସ୍ଥାନ “ଶୂନ୍ୟ ମରୁଭୂମି” ବୋଲି ଡକା ହେବ।

12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ। ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।

13 ସେଠାରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ୱାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ୱାରା ଆଚ୍ଛାଦିତ ହେବ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହେବ।

14 ସେଠାରେ ବନ୍ୟପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ୟଛାଗ ତା'ର ସାଥୀମାନଙ୍କୁ ଡାକିବ ଓ ନିଶାଚରମାନେ ସେଠାରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।

15 ପେଗ୍ଭଗଣ ସେଠାରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହେବେ।

16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି।

17 ପରମେଶ୍ୱର ପୁଣି ସେମାନଙ୍କର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି। ସେମାନେ ତାହା ଚିରକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan