ଯିଶାଇୟ 58 - ପବିତ୍ର ବାଇବଲପରମେଶ୍ୱରଙ୍କ ଅନୁଗାମୀ ହେବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯିବ 1 ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ। 2 ତାହାହେଲେ ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରିବେ ଓ ମୋର ପଥ ବିଷୟରେ ଜାଣିବାକୁ ଚେଷ୍ଟା କରିବେ। ଯେଉଁ ଗୋଷ୍ଠୀୟ ଲୋକେ ପୂଜା କର୍ମ କରିଛନ୍ତି ଓ ନିଜର ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ପୂଜାବିଧାନ ବିଷୟ ଆମ୍ଭକୁ ପଗ୍ଭରନ୍ତି ଓ ପରମେଶ୍ୱରଙ୍କ ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି। 3 ସେମାନେ କୁହନ୍ତି, “ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ? ଆମ୍ଭେମାନେ କାହିଁକି ଆପଣା ପ୍ରାଣକୁ କ୍ଳେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ?” ମାତ୍ର ସଦାପ୍ରଭୁ କୁହନ୍ତି, “ଦେଖ, ତୁମ୍ଭେମାନେ ନିଜର ସୁଖପାଇଁ ଉପବାସ ଦିନ ଉପବାସ କରିଅଛ ଓ ବଳପୂର୍ବକ ନିଜର ଦାସମାନଙ୍କୁ କଷ୍ଟ ଦେଇଅଛ। 4 ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ ଏବଂ ଦୁଷ୍ଟତାରୂପକ ସୃଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ। ଆମ୍ଭର ପ୍ରଶଂସା ଗାନ ଯେପରି ଊର୍ଦ୍ଧ୍ୱରେ ଶୁଣାଯିବ, ସେଥିପାଇଁ ତୁମ୍ଭେମାନେ ଉପବାସ କରୁ ନାହଁ। 5 ମନୁଷ୍ୟ ଏହି ପ୍ରକାର ଉପବାସଦ୍ୱାରା ନିଜର ପ୍ରାଣକୁ କ୍ଳେଶ ଦେଉ, ଆମ୍ଭେ କ’ଣ ଏହି ପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ତଳେ ବିଛାଇ ତା'ଉପରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ? 6 “ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ଯୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦେବାର ଓ ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ? 7 ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦେବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ନିଜକୁ ନ ଲୁଗ୍ଭଇବାର, ଏହି ପ୍ରକାର ଉପବାସ ଆମ୍ଭେ କ’ଣ ମନୋନୀତ କରି ନାହୁଁ?” 8 ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ। ପୁଣି ତୁମ୍ଭର ‘ଧର୍ମ’ ତୁମ୍ଭର ସମ୍ମୁଖବର୍ତ୍ତୀ ହେବ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତ୍ବର୍ତ୍ତୀ ହେବ। 9 ସେତେବେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡାକିବ ଓ ସେ ଉତ୍ତର ଦେବେ। ତୁମ୍ଭେ ଆର୍ତ୍ତସ୍ୱରରେ କହିବ, ଆଉ ସେ ଉତ୍ତର ଦେବେ, “ଆମ୍ଭେ ଏଠାରେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜନ ଓ ଅଧର୍ମ ବାକ୍ୟ ଦୂର କର 10 ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦେଇଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତେବେ ତୁମ୍ଭେ ଅନ୍ଧକାରରେ ଦୀପ୍ତିମାନ ହେବ ଏବଂ ତୁମ୍ଭ ଗ୍ଭରିଦିଗରେ ଥିବା ଗାଢ଼ ଅନ୍ଧକାର ଦ୍ୱିପହରର ସୂର୍ଯ୍ୟ ପରି ଦେଖାଯିବ। 11 ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନେବେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ୟ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହେବ। 12 ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।” 13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ; 14 ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; “ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା।” କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହୋଇଅଛି। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International