Biblia Todo Logo
Bìoball air-loidhne

- Sanasan -

ଯିରିମୀୟ 17 - ପବିତ୍ର ବାଇବଲ


ପାପ ହୃଦୟରେ ଲିଖିତ

1 “ଯିହୁଦାର ପାପ ଏପରି ଏକ ସ୍ଥାନରେ ଲିଖିତ ହୋଇଅଛି, ଯାହାକୁ ସେମାନେ ଲିଭାଇ ପାରିବେ ନାହିଁ। ସେମାନଙ୍କର ପାପ ଲୌହ ଲେଖନୀ ଓ ହୀରକର କଣ୍ଟକ ଦ୍ୱାରା ପଥର ଫଳକରେ ଲିଖିତ ହୋଇଅଛି। ଯେଉଁଟା କି ସେମାନଙ୍କର ହୃଦୟ। ଆଉ ସେମାନଙ୍କର ଯଜ୍ଞବେଦିର ଶିଙ୍ଗରେ ତାହା ଖୋଦିତ ହୋଇଅଛି।

2 ଯେତେବେଳେ ସେମାନଙ୍କର ସନ୍ତାନଗଣ ସେମାନଙ୍କୁ ମନେ ପକାନ୍ତି ସେତେବେଳେ ସେମାନେ ଉଚ୍ଚ ପର୍ବତର ସବୁଜ ବୃକ୍ଷ ପାଖରେ ଥିବା ବଳିଦାନ ଯଜ୍ଞବେଦି ଓ ପବିତ୍ର କାଠଖମ୍ବ ଦେଖନ୍ତି।

3 ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ ସକଳ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମସ୍ତ ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀ ସକଳ ଲୁଣ୍ଠିତ ହେବା ପାଇଁ ଦେବା।

4 ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଇଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହେବ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶରେ ତୁମ୍ଭ ଶତ୍ରୁଗଣର ସେବା କରାଇବା। କାରଣ ତୁମ୍ଭେ ଆମ୍ଭର କ୍ରୋଧରୂପକ ଅଗ୍ନି ପ୍ରଜ୍ୱଳିତ କରିଅଛ। ଆଉ ସେହି ଅଗ୍ନିରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହେବ। ସେହି ଲୋକମାନଙ୍କ ଉପରେ ଏପରି ଘଟିବ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରି ନାହାନ୍ତି।”


ଲୋକମାନଙ୍କ ଉପରେ ବିଶ୍ୱାସ ଓ ପରମେଶ୍ୱରଙ୍କ ଉପରେ ବିଶ୍ୱାସ

5 ସଦାପ୍ରଭୁ କହନ୍ତି, “ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।

6 ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ। ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।

7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।

8 କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ୟ ହେବ। ତା'ର ମୂଳ ବିସ୍ତୃତ ହୋଇ ଜଳ ପାଇବ। ଗ୍ରୀଷ୍ମକାଳରେ ସେ ଭୟଭୀତ ହେବ ନାହିଁ। ମାତ୍ର ତା'ର ପତ୍ର ସଦାକାଳ ସବୁଜ ରହିବ। ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହେବ ନାହିଁ କିଅବା ସେ ଫଳ ଧାରଣରୁ ନିବୃତ୍ତ ହେବ ନାହିଁ।

9 “ଯାହାର ଅନ୍ତଃକରଣ ସବୁଠାରୁ କପଟମୟ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କେହି ଜାଣି ପାରିବେ ନାହିଁ।

10 ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।

11 ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ। ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ। ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ।”

12 ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ ଆମ୍ଭମାନଙ୍କର ଧର୍ମଧାମ ଅଟେ।

13 ହେ ଇସ୍ରାଏଲର ଆଶା ଭରସା ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ପରିତ୍ୟାଗ କରନ୍ତି, ସେ ସମସ୍ତେ ଲଜ୍ଜିତ ହେବେ। ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।


ଯିରିମିୟଙ୍କ ତୃତୀୟ ଅଭିଯୋଗ

14 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁସ୍ଥ କଲେ ମୁଁ ପ୍ରକୃତରେ ସୁସ୍ଥ ହେବି। ତୁମ୍ଭେ ଯଦି ମୋତେ ପରିତ୍ରାଣ କର, ତେବେ ମୁଁ ପରିତ୍ରାଣ ପାଇବି। କାରଣ ତୁମ୍ଭେ ମୋର ପ୍ରଶଂସାର ଭୂମି।

15 ସେମାନେ ମୋତେ କୁହନ୍ତି, “ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ୟ କାହିଁ? ତାହା ଏବେ ଉପସ୍ଥିତ ହେଉ।”

16 ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।

17 ହେ ସଦାପ୍ରଭୁ, ମୋତେ ବିନାଶ କର ନାହିଁ, ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।

18 ଯେଉଁମାନେ ମୋତେ ଆଘାତ କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ। ସେମାନେ ନିରାଶ ହୁଅନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ। ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ବିଶ୍ରାମ ଦିନକୁ ପବିତ୍ର ରଖିବା

19 ସଦାପ୍ରଭୁ ମୋତେ ଏହା କହିଲେ, “ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠାରେ ଯିହୁଦାର ରାଜାଗଣ ଯାତାୟାତ କରନ୍ତି, ସେହି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ଯାତାୟାତ କରନ୍ତି ଓ ଯିରୁଶାଲମର ସକଳ ଫାଟକରେ ଯାଇ ଠିଆ ହୁଅ ଓ ମୋର ବାର୍ତ୍ତା ପ୍ରଗ୍ଭର କର।”

20 ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

21 ସଦାପ୍ରଭୁ ଏହା କହନ୍ତି, ‘ତୁମ୍ଭେମାନେ ନିଜ ଜିନିଷ ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହନ କର ନାହିଁ ଏବଂ ଯିରୁଶାଲମର ଫାଟକ ଦେଇ ତାହା ଭିତରକୁ ଆଣ ନାହିଁ।

22 ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।

23 ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’”

24 ମାତ୍ର ସଦାପ୍ରଭୁ କହନ୍ତି, “‘ଯଦି ତୁମ୍ଭେମାନେ ଯତ୍ନ ସହକାରେ ମୋ’ କଥାକୁ ଧ୍ୟାନ ଦିଅ, ଯଦି ତୁମ୍ଭେମାନେ ବିଶ୍ରାମ ଦିନରେ ଯିରୁଶାଲମର ଫାଟକ ଦେଇ କୌଣସି ବୋଝ ନ ଆଣ ଏବଂ ଯଦି ତୁମ୍ଭେମାନେ ସେଇ ଦିନରେ କୌଣସି କାମ ନ କର। ମାତ୍ର ତାକୁ ପବିତ୍ର ମାର୍ଗରେ ପାଳନ କର।

25 “‘ତେବେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ୱରେ ଚଢ଼ି ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୁଶାଲମ ନିବାସୀମାନେ ଏହି ନଗରଦ୍ୱାର ମଧ୍ୟରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

26 ପୁଣି ଲୋକମାନେ ଯିହୁଦାର ନଗର ସମୂହରୁ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମିନ ଦେଶରୁ ନିମ୍ନ ଭୂମିରୁ, ପାର୍ବତ୍ୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ ସୁଗନ୍ଧି ଧୂପ ଆଉ ଧନ୍ୟବାଦାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।

27 “‘ମାତ୍ର ତୁମ୍ଭେମାନେ ଯେବେ ଆମ୍ଭର ବାକ୍ୟରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହନ କରି ଯିରୁଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ସେହି ଦ୍ୱାର ସମୂହରେ ଅଗ୍ନି ଜଳାଇବା। ଏହା ଯିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ଯ୍ୟନ୍ତ ଜଳି ରହିବ।’”

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan