ଯିରିମୀୟ 5 - ପବିତ୍ର ବାଇବଲଯିହୁଦାବାସୀଙ୍କ ଦୁରାବସ୍ଥା 1 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯିରୁଶାଲମର ସବୁ ସଡ଼କରେ ବୁଲି ଦେଖ, ଗ୍ଭରିଆଡ଼କୁ ଗ୍ଭହିଁ ବୁଝ। ତହିଁର ଛକସ୍ଥାନ ସବୁ ଖୋଜ। ଯଦି ତୁମ୍ଭେମାନେ ଜଣେ ନ୍ୟାୟପରାୟଣ ଓ ସତ୍ୟାନୁସରଣକାରୀକୁ ପାଇବ, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା। 2 ସେମାନେ, ‘ଜୀବତ୍ ସଦାପ୍ରଭୁ’ କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।” 3 ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି। 4 ତେଣୁ ମୁଁ ନିଜକୁ କହିଲି, “ନିଶ୍ଚୟ ସେମାନେ ଦରିଦ୍ର, ଏବଂ ନିର୍ବୋଧ, କାରଣ ସେମାନେ ସଦାପ୍ରଭୁଙ୍କର ପଥ କିଅବା ତାଙ୍କର ଶିକ୍ଷା ଜାଣନ୍ତି ନାହିଁ। 5 ମୋତେ ଧନୀ ଲୋକମାନଙ୍କ ପାଖକୁ ଯିବାକୁ ଏବଂ କଥାବାର୍ତ୍ତା ହେବାକୁ ଦିଅ। କାରଣ ସେମାନେ ହିଁ ସଦାପ୍ରଭୁଙ୍କର ପଥ ଏବଂ ସେମାନଙ୍କର ପରମେଶ୍ୱରଙ୍କର ବ୍ୟବସ୍ଥା ଜାଣନ୍ତି।” କିନ୍ତୁ ଏମାନେ ଏକତ୍ର ହୋଇ ଯୁଆଳି ଭାଙ୍ଗି ଅଛନ୍ତି ଓ ବନ୍ଧନସବୁକୁ ଛିଣ୍ଡାଇ ପକାଇ ଅଛନ୍ତି। 6 ସେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଛନ୍ତି। ତେଣୁ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟା କାଳୀନ ଗଧିଆସେମାନଙ୍କୁ ବିନାଶ କରିବ। ଚିତାବାଘ ସେମାନଙ୍କ ନଗର ସମୂହ ନିକଟରେ ଛକି ରହିବ। ଯେଉଁ ଲୋକ ନଗରରୁ ବାହାରିବ, ସେ ତାକୁ ବିଦୀର୍ଣ୍ଣ କରିବ। କାରଣ ସେମାନେ ବହୁ ଅପରାଧ କରିଛନ୍ତି ଓ ସେମାନେ ବହୁବାର ସଦାପ୍ରଭୁଙ୍କଠାରୁ ବିପଥଗାମୀ ହୋଇଛନ୍ତି। 7 ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ। 8 ସେମାନେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରତ୍ୟେକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।” 9 ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭେ କ’ଣ ଏ ପ୍ରକାର ଲୋକମାନଙ୍କ ପ୍ରତି ଦଣ୍ଡ ବିଧାନ କରି ପ୍ରତିଶୋଧ ନେବା ନାହିଁ? ହଁ, ଏହା ନିଶ୍ଚିତ ଯେ, ଏ ପ୍ରକାର ଲୋକ ଦଣ୍ଡ ପାଇବା ଯୋଗ୍ୟ। 10 “ତୁମ୍ଭେମାନେ ପ୍ରାଚୀର ଉପରକୁ ଯାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସେଗୁଡ଼ିକୁ ସମ୍ପୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।” 11 ସଦାପ୍ରଭୁ କହନ୍ତି, “ଏହିପରି କର କାରଣ ଇସ୍ରାଏଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ପ୍ରତାରଣା କରିଅଛନ୍ତି।” 12 “ମିଥ୍ୟାରେ ସେମାନେ ସଦାପ୍ରଭୁଙ୍କର ବିଷୟରେ କହିଲେ, ‘ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭେମାନେ ଖଡ଼୍ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।’ 13 ଆଉ ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ। ସେମାନଙ୍କ ଅନ୍ତରରେ ପ୍ରଭୁଙ୍କର ବାକ୍ୟ ନାହିଁ। ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ।” 14 ସୁତରାଂ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର ଏହା କହନ୍ତି: “ଯିରିମିୟ ଦେଖ, କାରଣ ଲୋକମାନେ ଏହିପରି କହିଥିଲେ, ଆମ୍ଭେ ତୁମ୍ଭ ପାଟିରେ ଆମ୍ଭର ଶବ୍ଦସବୁ ରଖିଅଛୁ ଏବଂ ଏହା ଅଗ୍ନି ତୁଲ୍ୟ ହେବ। ଏହି ଦେଶ କାଠ ସଦୃଶ ଅଗ୍ନି ସେମାନଙ୍କୁ ପୋଡ଼ିଦେବ।” 15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭେମାନେ ଜାଣ ନାହିଁ। ଆଉ ସେମାନଙ୍କର କଥା ତୁମ୍ଭେମାନେ ବୁଝିପାରିବ ନାହିଁ। 16 ସେମାନଙ୍କର ତୂଣୀର ଖୋଲା କବର ସଦୃଶ, ସେମାନେ ସମସ୍ତେ ବୀର ସୈନିକ। 17 ସେମାନେ ତୁମ୍ଭମାନଙ୍କର ସଂଗୃହୀତ ଶସ୍ୟ ଓ ରୋଟୀ ଭକ୍ଷ୍ୟଣ କରିବେ। ସେମାନେ ତୁମ୍ଭମାନଙ୍କ ପୁତ୍ରକନ୍ୟା ଗଣଙ୍କୁ ଭକ୍ଷ୍ୟଣ କରିବେ। ସେମାନେ ସେମାନଙ୍କର ମେଷ ଓ ଗାଈ ଗୁଡ଼ିକ ଭକ୍ଷ୍ୟଣ କରିବେ। ସେମାନେ ମଧ୍ୟ ତୁମ୍ଭମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ। ଆଉ ତୁମ୍ଭେମାନେ ଯେଉଁ ସୁଦୃଢ଼ ନଗର ଉପରେ ବିଶ୍ୱାସ କରିଅଛ, ସେମାନେ ସେହିସବୁକୁ ଖଡ଼୍ଗରେ ଧ୍ୱଂସ କରିବେ।” 18 ମାତ୍ର ସଦାପ୍ରଭୁ କହନ୍ତି, “ହେ ଯିହୁଦା ଏପରିକି ଯେତେବେଳେ ସେହି ଭୟଙ୍କର ସମୟ ଆସିବ, ଆମ୍ଭେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ନାହିଁ। 19 ଆଉ ତୁମ୍ଭେମାନେ ଯେତେବେଳେ ଯିରିମିୟଙ୍କୁ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, କେଉଁ କାରଣରୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି।’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁପ୍ରକାରେ ତୁମ୍ଭେମାନେ ମୋତେ ପରିତ୍ୟାଗ କରିଅଛ ଏବଂ ମୂର୍ତ୍ତିଗଣର ସେବା କରିଅଛ, ସେହିପରି ଭାବରେ ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’ 20 ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଯାକୁବ ବଂଶକୁ ଏ କଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଗ୍ଭର କରି କୁହ। 21 ‘ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭେମାନେ ଚକ୍ଷୁ ଥାଉ ଥାଉ ଦେଖୁ ନାହଁ, କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭେମାନେ ଶୁଣ। 22 ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ। 23 ମାତ୍ର ଯିହୁଦାର ଲୋକମାନେ ଅବାଧ୍ୟ ଓ ପ୍ରତିକୂଳାଗ୍ଭରୀ। ସେମାନେ ସର୍ବଦା ଆମ୍ଭ ବିରୁଦ୍ଧରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂରେଇ ଯାଇଅଛନ୍ତି। 24 ସେମାନେ କେବେ କହିବେ ନାହିଁ ଯେ, ‘ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ୟ ଓ ଶେଷ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ୟ ଚ୍ଛେଦନ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।’ 25 ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅମଙ୍ଗଳ ଘଟାଇଅଛି। ତୁମ୍ଭମାନଙ୍କର ପାପ ସଦାପ୍ରଭୁଙ୍କ ମଙ୍ଗଳ ପଦାର୍ଥ ଉପଭୋଗରୁ ତୁମ୍ଭମାନଙ୍କୁ ନିବୃତ୍ତ କରିଅଛି। 26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ କେତେକ ଦୁଷ୍ଟ ଲୋକ ଅଛନ୍ତି। ସେମାନେ ବ୍ୟାଧ ତୁଲ୍ୟ ଫାଶ ବସାନ୍ତି ଓ ଲୋକମାନଙ୍କୁ ସେହି ଫାନ୍ଦରେ ପକାନ୍ତି। 27 ଯେପରି ପିଞ୍ଜରା ପକ୍ଷୀରେ ପରିପୂର୍ଣ୍ଣ ସେହିପରି ସେମାନଙ୍କ ଗୃହ ଛଳନାରେ ପୂର୍ଣ୍ଣ। ଏହି ମିଥ୍ୟା ଯୋଗୁଁ ସେମାନେ ଉନ୍ନତ ଓ ଧନବନ୍ତ ହୋଇଛନ୍ତି। 28 ସେମାନେ ଅଧିକରୁ ଅଧିକ ମୋଟା ହୁଅନ୍ତି ଏବଂ ଦୁଷ୍କର୍ମ କରିବାର ସୀମା ପାର କରି ଯାଆନ୍ତି। ସେମାନେ ଅନାଥମାନଙ୍କର ମକଦ୍ଦମାରେ ନ୍ୟାୟୋଚିତ ବିଗ୍ଭର କରନ୍ତି ନାହିଁ, କାଳେ ଅନାଥମାନେ ଉନ୍ନତି କରି ପାରନ୍ତି। ସେମାନେ ଗରିବମାନଙ୍କର ଅଧିକାର ପାଇଁ ପ୍ରତିପକ୍ଷ କରନ୍ତି ନାହିଁ।” 29 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁ ପାଇଁ ସେମାନଙ୍କୁ ଦଣ୍ଡ ଦେବା ନାହିଁ? ଆମ୍ଭର ପ୍ରାଣ କ’ଣ ଏହିସବୁ ଲୋକମାନଙ୍କଠାରୁ ପରିଶୋଧ ନେବ ନାହିଁ?” 30 ପୁଣି ସଦାପ୍ରଭୁ କହନ୍ତି, “ଏକ ଭୟଙ୍କର ଓ ମର୍ମନ୍ତୁକ ଘଟଣା ଦେଶ ମଧ୍ୟରେ ଘଟିଅଛି। 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେମାନଙ୍କ ନିର୍ଦ୍ଦେଶାନୁସାରେ ଯାଜକମାନେ କାର୍ଯ୍ୟ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହେବାକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶେଷରେ ଦଣ୍ଡ ସମୟରେ କ’ଣ କରିବେ? |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International