ଆୟୁବ 3 - ପବିତ୍ର ବାଇବଲଆୟୁବ ନିଜର ଜନ୍ମଦିନକୁ ଅଭିଶାପ ଦେଲେ 1 ଏହା ପରେ ଆୟୁବ ନିଜର ପାଟି ଖୋଲିଲା ଏବଂ ତା'ର ଜନ୍ମଦିନକୁ ଅଭିଶାପ ଦେଲା। 2 ସେ କହିଲା, 3 “ମୁଁ ଗ୍ଭହୁଁଛି ଯେଉଁ ଦିନ ମୁଁ ଜନ୍ମଲାଭ କଲି, ସେଭଳି ଦିନ ସବୁଦିନ ପାଇଁ ଲୋପ ପାଇଯାଉ। ମୁଁ ଗ୍ଭହୁଁଛି ଯେଉଁ ରାତ୍ରିରେ ସେମାନେ କହିଲେ, ‘ଏହା ଏକ ବାଳକ!’ କେବେ ହୋଇ ନ ଥା’ନ୍ତା। 4 ମୁଁ ଗ୍ଭହେଁ ସେହି ଦିନଟି ଅନ୍ଧାର ରହି ଥା’ନ୍ତା ଏବଂ ମୁଁ ଗ୍ଭହେଁ ପରମେଶ୍ୱର ସେହି ଦିନଟିକୁ ଭୁଲି ଯାଆନ୍ତୁ। ମୁଁ ଗ୍ଭହେଁ ଯେ ସେଦିନ ଦିପ୍ତୀ ପ୍ରକାଶିତ ହୋଇ ନ ଥା’ନ୍ତା। 5 ମୁଁ ଗ୍ଭହେଁ ସେହି ଦିନଟି ମୃତ୍ୟୁ ଭଳି ଅନ୍ଧକାର ହୋଇ ରହନ୍ତା। ମୁଁ ଗ୍ଭହେଁ ବାଦଲ ତାକୁ ଲୁଗ୍ଭଇ ଦିଅନ୍ତା। ମୁଁ ଗ୍ଭହେଁ ଯେଉଁ ଦିନ ମୁଁ ଜନ୍ମ ଲାଭ କଲି କଳାବାଦଲ ସେହି ଦିନର ଆଲୋକକୁ ଭୟଭୀତ କରାଇଦେଉ। 6 ସେହି ରାତ୍ରିଟିକୁ ଘନ ଅନ୍ଧକାର ଘୋଡ଼ାଇଦେଉ, ସେହି ରାତ୍ରିଟି କ୍ୟାଲେଣ୍ଡରରୁ ଲିଭିଯାଉ। ସେହି ରାତ୍ରିଟିକୁ କୌଣସି ମାସରେ ସ୍ଥାନ ଦିଆ ନ ଯାଉ। 7 ସେହି ରାତ୍ରିରେ କୌଣସି ଉତ୍ପାଦନ ନ ହେଉ। ସେହି ରାତିରେ କୌଣସି ଶୁଭ ଖବର ଶୁଣା ନ ଯାଉ। 8 କେତେକ ଯାଦୁକର ସବୁବେଳେ ଲିବିୟାଥନକୁ ଆବାହନ କରି ଜଗାନ୍ତି। ସେହିମାନେ ସେହି ଦିନକୁ ଅଭିଶାପ ଦିଅନ୍ତୁ, ଯେଉଁ ଦିନ ମୁଁ ଜନ୍ମିଲି। 9 ସେହି ଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମୟ ହୋଇ ଅନ୍ଧକାରରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷାରେ ରହୁ ଏବଂ ସୂର୍ଯ୍ୟର ପ୍ରଥମ କିରଣ ନ ଦେଖୁ। 10 କାରଣ ସେହି ରାତ୍ରିଟି ମୋର ଜନ୍ମ ମୁହୂର୍ତ୍ତକୁ ଅଟକାଇ ପାରିଲା ନାହିଁ। ସେହି ରାତ୍ରିଟି ମୋତେ ଏଭଳି ଦୁଃଖ ଦେଖିବାରୁ ବଞ୍ଚିତ କରି ପାରିଲା ନାହିଁ। 11 ମୁଁ ଜନ୍ମ ସମୟରେ କାହିଁକି ନ ମଲି? ମୁଁ କାହିଁକି ନ ମରି ବଞ୍ଚିଛି? 12 କାହିଁକି ମୋର ମା’ ତା'ର ଆଣ୍ଠୁରେ ମୋତେ ବସାଇ ରଖିଲା? ମୋର ମା କାହିଁକି ମୋତେ ତା'ର ଛାତିରୁ ସ୍ତନ୍ୟପାନ କରାଇଲା? 13 ମୁଁ ଯଦି ଜନ୍ମ ହେଲା ବେଳେ ମରିଯାଇଥା’ନ୍ତି, ବର୍ତ୍ତମାନ ଶାନ୍ତିରେ ଥା’ନ୍ତି। ମୁଁ ଇଚ୍ଛାକରେ ମୁଁ ଶୋଇ ରହିଥା’ନ୍ତି ଏବଂ ବିଶ୍ରାମ ପାଇଥା’ନ୍ତି। 14 ରାଜାମାନଙ୍କ ସହିତ ଜ୍ଞାନୀଲୋକ, ଯେଉଁମାନେ ଅତୀତରେ ଏହି ପୃଥିବୀରେ ଥିଲେ ଏବଂ ନିଜ ପାଇଁ ପ୍ରାସାଦ ନିର୍ମାଣ କରିଥିଲେ ବର୍ତ୍ତମାନ ଧ୍ୱଂସାବସ୍ଥାରେ ଅଛନ୍ତି। 15 ମୋତେ ଯଦି ସେହି ଶାସକମାନଙ୍କ ସହିତ କବର ଦିଆଯାଇଥା’ନ୍ତା, ଯେଉଁମାନେ ସେମାନଙ୍କର ଘରଗୁଡ଼ିକ ସୁନା ଓ ରୂପାରେ ଭରିଥିଲେ। 16 ମୁଁ ଯେତେବେଳେ ଶିଶୁ ବା ପିଲାଥିଲି କାହିଁକି ନ ମରି ଭୂମିରେ କବର ନ ନେଲି? ମୁଁ ଇଚ୍ଛା କରେ ମୁଁ ଏଭଳି ଏକ ଶିଶୁ ଯିଏ କି ପ୍ରଥମ କିରଣ ଦେଖିବାର ନ ଥିଲା। 17 ଦୁଷ୍ଟଲୋକମାନେ କବର ମଧ୍ୟରେ କାହାକୁ ଅସୁବିଧାରେ ପକାନ୍ତି ନାହିଁ, ଏବଂ ଲୋକେ କ୍ଳାନ୍ତ ହେଲେ କବରରେ ବିଶ୍ରାମ ନିଅନ୍ତି। 18 ଏପରିକି ବନ୍ଦୀମାନେ ମଧ୍ୟ କବରରେ ଶାନ୍ତି ପାଆନ୍ତି, କାରଣ ସେଠାରେ ଜଗୁଆଳିର ଶବ୍ଦ ଶୁଣାଯାଏ ନାହିଁ। 19 ସବୁ ପ୍ରକାରର ଲୋକେ ଯଥା ଦରକାରୀ ଲୋକ ଓ ଅଦରକାରୀ ଲୋକ, ଏପରିକି କ୍ରୀତଦାସମାନେ ମଧ୍ୟ ସେମାନଙ୍କ ମୁନିବଙ୍କଠାରୁ କବରରେ ମୁକ୍ତି ପାଆନ୍ତି। 20 “କାହିଁକି ଜଣେ ପୀଡ଼ିତ ବ୍ୟକ୍ତି ବଞ୍ଚିରହିବା ଉଚିତ୍? କାହିଁକି ଜଣେ ବ୍ୟକ୍ତିକୁ ଜୀବନ ଦେବା ଯାହାର ଆତ୍ମା ତିକ୍ତ? 21 ସେହି ବ୍ୟକ୍ତି ମରିବାକୁ ଗ୍ଭହୁଁଛି ଅଥଚ ମୃତ୍ୟୁ ତା’ ନିକଟକୁ ଆସୁ ନାହିଁ। ସେହି ଲୋକଟି ଗୁପ୍ତଧନ ସନ୍ଧାନଠାରୁ ଅଧିକ ମୃତ୍ୟୁକୁ ଖୋଜି ବୁଲୁଛି। 22 ସେହି ଲୋକମାନେ ସେମାନଙ୍କର କବର ପାଇ ଖୁସୀ ହେବେ, ସେମାନେ ତାଙ୍କର ସମାଧି ପାଇ ଉଲ୍ଲସିତ ହେବେ। 23 କିନ୍ତୁ ପରମେଶ୍ୱର ସେମାନଙ୍କର ଭବିଷ୍ୟତକୁ ଗୋପନ ରଖନ୍ତି ଏବଂ ସେହିମାନଙ୍କୁ ରକ୍ଷା କରିବା ନିମନ୍ତେ ଏକ ପ୍ରାଚୀର ନିର୍ମାଣ କରନ୍ତି। 24 ଏପରିକି ମୁଁ ଖାଦ୍ୟ ଖାଇବା ପୂର୍ବରେ, ମୁଁ ଦୁଃଖରେ ବିଳାପ କଲି ଏବଂ ମୋର ଲୋତକ ପାଣିପରି ବହିଗଲା। 25 କାରଣ ମୁଁ ଯେଉଁ ବିଷୟରେ ଭୟ କରୁଥିଲି ତାହା ହିଁ ମୋ’ ପ୍ରତି ଘଟିଲା ଏବଂ ଯେଉଁ ବିଷୟରେ ଅତି ଆଶଙ୍କା କରୁଥିଲି ତାହା ମୋ’ ନିକଟରେ ଉପସ୍ଥିତ ହେଲା। 26 ମୁଁ ସ୍ଥିର କରିପାରୁ ନ ଥିଲି। ମୁଁ ନୀରବ ରହୁ ନ ଥିଲି, ମୋର ବିଶ୍ରାମ ନ ଥିଲା, ମୁଁ କେବଳ ବିବ୍ରତ ହେଉଥିଲି।” |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International