ଗୀତସଂହିତା 101 - ପବିତ୍ର ବାଇବଲଦାଉଦଙ୍କର ଏକ ଗୀତ। 1 ମୁଁ ବିଶ୍ୱସ୍ତତା ଓ ସ୍ୱଚ୍ଛତାର ବିଷୟରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି। 2 ମୁଁ ଯତ୍ନଶୀଳ ହୋଇ ସିଦ୍ଧ ପଥରେ ଜୀବନଯାପନ କରିବି। ହେ ସଦାପ୍ରଭୁ, କେବେ ତୁମ୍ଭେ ମୋ’ ନିକଟକୁ ଆସିବ। ମୁଁ ମୋ’ ରାଜପ୍ରାସାଦରେ ଧାର୍ମିକତା ଜୀବନଯାପନ କରିବି। 3 ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ। 4 ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ଯ୍ୟରୁ ଦୂରେଇ ରହିବି। 5 ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ୱଂସ କରିଦେବି। ମୁଁ ଲୋକମାନଙ୍କୁ ଗର୍ବୀ ହେବାକୁ ଦେବି ନାହିଁ। ସେମାନେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦେବି ନାହିଁ। 6 ସମଗ୍ର ଦେଶରେ ସେହି ବିଶ୍ୱସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାଯାଇପାରିବ, ଯାହା ଫଳରେ ସେମାନେ ମୋ’ ପାଇଁ ମୋର ରାଜପ୍ରାସାଦ କାମ କରି ପାରିବେ। କେବଳ ଶୁଦ୍ଧ ପଥରେ ଜୀବନଯାପନ କରୁଥିବା ଲୋକମାନେ ହିଁ ମୋର ସେବକ ହୋଇ ପାରିବେ। 7 ଯେଉଁମାନେ ମିଥ୍ୟା କହନ୍ତି, ସେମାନେ ମୋର ଏହି ରାଜପ୍ରାସାଦରେ ବାସ କରି ପାରିବେ ନାହିଁ। ମିଥ୍ୟାବାଦୀମାନଙ୍କୁ ମୋ’ ନିକଟତର ହେବା ପାଇଁ ଦେବି ନାହିଁ। 8 ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି, ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International