ଗୀତସଂହିତା 102 - ପବିତ୍ର ବାଇବଲଅବସନ୍ନକାଳେ ସଦାପ୍ରଭୁଙ୍କ ଛାମୁରେ ଆପଣା ଦୁଃଖ ଜଣାଇବା ବେଳେ ଦୁଃଖୀ ଲୋକର ପ୍ରାର୍ଥନା। 1 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ! ମୋର ସାହାଯ୍ୟ ପାଇଁ କରୁଥିବା ପ୍ରାର୍ଥନା ଶୁଣ। 2 ହେ ସଦାପ୍ରଭୁ, ମୋର ସଙ୍କଟ କାଳରେ ମୋର ନିକଟରୁ ବିମୁଖ ହୁଅ ନାହିଁ। ମୋ’ ପ୍ରତି କର୍ଣ୍ଣପାତ କର। ଯେତେବେଳେ ମୁଁ ସାହାଯ୍ୟ ପାଇଁ ପ୍ରାର୍ଥନା କରେ ଶୀଘ୍ର ମୋତେ ଉତ୍ତର ଦିଅ। 3 ମୋର ଜୀବନ ଧୂଆଁ ପରି କ୍ଷୟ ପାଉଅଛି। ମୋର ଅସ୍ଥି ନିଆଁ ଖୁଣ୍ଟାପରି ଜଳେ। 4 ମୋର ଶକ୍ତିସବୁ ଶେଷ ହୋଇଯାଇଛି। ମୁଁ ଯେପରି ଶୁଖିଲା ତୃଣପରି। ଏପରିକି ମୁଁ ଖାଇବା ପାଇଁ କ୍ଷୁଧା ହରେଇଅଛି। 5 ମୋର ଦୁଃଖ ସକାଶୁ ବର୍ତ୍ତମାନ ମୁଁ ଖାଲି ଚର୍ମ ଏବଂ ଅସ୍ଥି ହୋଇଛି। 6 ମୁଁ ମରୁଭୂମିର ଏକାକୀ ପେଗ୍ଭ ପରି, ମୁଁ ଏକ ପେଗ୍ଭ ପରି ନିଃସଙ୍ଗ ଯିଏକି ଏକ ପୁରୁଣା ଧ୍ୱଂସିତ ପରିତ୍ୟକ୍ତ କୋଠାରେ ବାସ କରୁଛି। 7 ଛାତ ଉପରିସ୍ଥ ଏକାକୀ ଘରଚଟିଆ ପରି ମୁଁ ଶୋଇପାରେ ନାହିଁ। 8 ମୋର ଶତ୍ରୁଗଣ ମୋତେ ସର୍ବଦା ଅପମାନିତ କରନ୍ତି। ମୋତେ ସେମାନେ ପରିହାସ କରନ୍ତି। 9 ମୋର ଦୁଃଖ ହିଁ ଏକମାତ୍ର ଭୋଜନ। ମୋର ପେୟଦ୍ରବ୍ୟ ଅଶ୍ରୁଜଳ ସଙ୍ଗେ ମିଶିଅଛି। 10 କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି କୃଦ୍ଧ ହେଲ। ତୁମ୍ଭେ ମୋତେ ଉପରକୁ ଟେକି ପୁଣି ଦୂରକୁ ଫିଙ୍ଗି ଦେଲ। 11 ମୋର ଜୀବନ ପ୍ରାୟ ଶେଷ ହୋଇଅଛି। ମୁଁ ବର୍ତ୍ତମାନ ଏକ ଶୁଷ୍କ ଏବଂ ମଲା ଘାସ ପରି, ଶେଷ ଦିନର ଛାଇ ତୁଲ୍ୟ। 12 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଗ୍ଭଲୁ ରହିଥିବ। 13 ତୁମ୍ଭେ ଉଠ ଓ ସିୟୋନକୁ ଦୟା କର। ସେହି ଯଥାର୍ଥ ସମୟ ଆସିଅଛି। ଯେତେବେଳେ ତୁମ୍ଭେ ସିୟୋନକୁ ଦୟା କରିବ। 14 ତୁମ୍ଭର ଦାସଗଣ ସିୟୋନର ଶୈଳକୁ ପ୍ରେମ କରନ୍ତି। ସେମାନେ ଏପରିକି ସହରର ଧୂଳିକି ମଧ୍ୟ ପ୍ରେମ କରନ୍ତି। 15 ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ। 16 ସଦାପ୍ରଭୁ ସିୟୋନକୁ ପୁନ୍ନରାୟ ତିଆରି କରିବେ। ଲୋକମାନେ ତାଙ୍କର ମହିମା ପୁନ୍ନରାୟ ଦେଖିବେ। 17 ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ୱର ସେମାନଙ୍କର ପ୍ରାର୍ଥନା ଶୁଣିବେ। ସେ ସେମାନଙ୍କର ବିନତିକୁ ଉପେକ୍ଷା କରିବେ ନାହିଁ। 18 ଭବିଷ୍ୟତ ବଂଶଧର ପାଇଁ ଏହିକଥା ଲେଖି ରଖ ଏବଂ ଯେପରିକି ଲୋକମାନେ ଏପର୍ଯ୍ୟନ୍ତ ଜନ୍ମ ହୋଇ ନାହାନ୍ତି, ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରିବେ। 19 ସଦାପ୍ରଭୁ ତାଙ୍କର ପବିତ୍ର ସ୍ଥାନ ଉପରୁ ତଳକୁ ଗ୍ଭହିଁବେ। ସଦାପ୍ରଭୁ ସ୍ୱର୍ଗରୁ ପୃଥିବୀକୁ ଗ୍ଭହିଁବେ। 20 ସେ ବନ୍ଦୀମାନଙ୍କର ପ୍ରାର୍ଥନା ଗ୍ରହଣ କରିବେ। ମୃତ୍ୟୁଦଣ୍ଡ ପାଇଥିବା ଲୋକମାନଙ୍କୁ ମୁକ୍ତ କରିବେ। 21 ଏହା ପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷୟରେ କହିବେ। ସେମାନେ ତାଙ୍କ ନାମ ଯିରୁଶାଲମରେ ପ୍ରଶଂସା କରିବେ। 22 ସମସ୍ତ ଜାତି ଏକତ୍ରିତ ହେବେ ଓ ସକଳ ରାଜ୍ୟ ସଦାପ୍ରଭୁଙ୍କର ସେବା ପାଇଁ ଆସିବେ। 23 ମୋର ଜୀବନର ମଝିରେ ସଦାପ୍ରଭୁ ମୋର ବଳକୁ ହ୍ରାସ କରି, ସେ ମୋର ଆୟୁ ଊଣା କରିଛନ୍ତି। 24 ତେଣୁ ମୁଁ କହିଲି, “ମୋ’ ପରମେଶ୍ୱର ଯୁବାବସ୍ଥାରେ ମୋର ପ୍ରାଣ ନିଅ ନାହିଁ। ତୁମ୍ଭେ ଚିରଦିନ ଅମର। 25 ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ। 26 ପୃଥିବୀ ଓ ଆକାଶ ଦିନେ ଶେଷ ହେବ, କିନ୍ତୁ ତୁମ୍ଭେ ନିତ୍ୟ ବିରାଜିତ। ତାହା ସବୁ ବସ୍ତ୍ରପରି ସେସବୁ ବଦଳାଇ ଦେବ। 27 କିନ୍ତୁ ତୁମ୍ଭେ ପରମେଶ୍ୱର, କେବେ ପରିବର୍ତ୍ତନ ହେବ ନାହିଁ। ତୁମ୍ଭେ ଚିରକାଳ ରହିବ। 28 ଆମ୍ଭେମାନେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସେମାନଙ୍କର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।” |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International