Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 103 - ପବିତ୍ର ବାଇବଲ


ଦାଉଦଙ୍କର ଏକ ଗୀତ।

1 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର! ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।

2 ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର। ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।

3 ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।

4 ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି। ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।

5 ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି। ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି ଯୁବକ କରନ୍ତି।

6 ସଦାପ୍ରଭୁ ନ୍ୟାୟବାନ୍। ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।

7 ପରମେଶ୍ୱର ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।

8 ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।

9 ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ, କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।

10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ। କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।

11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।

12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।

13 ଯେପରି ଜଣେ ପିତା ତା'ର ସନ୍ତାନ ପ୍ରତି ପ୍ରେମ କରେ, ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।

14 ପରମେଶ୍ୱର ଜାଣନ୍ତି, କିପରି ଆମ୍ଭେ ତିଆରି ହେଲୁ। ପରମେଶ୍ୱର ମନେପକାନ୍ତି ଆମ୍ଭେ ଧୂଳିରୁ ସୃଷ୍ଟି।

15 ମଣିଷ ଜୀବନ ଘାସପରି। ସେମାନେ ଜଙ୍ଗଲି ଫୁଲ ପରି, ଯାହାକି ଶୀଘ୍ର ବଢ଼ନ୍ତି ଏବଂ ସୌନ୍ଦର୍ଯ୍ୟ ଦିଅନ୍ତି।

16 କିନ୍ତୁ ଯେତେବେଳେ ଗରମ ପବନ ବହେ, ଏହା ମରିଯାଏ। ହଠାତ୍ ତୁମ୍ଭେ କହିପାରିବ ନାହିଁ କେଉଁଠାରେ ଫୁଲ ଫୁଟିଥିଲା ବୋଲି।

17 କିନ୍ତୁ ସଦାପ୍ରଭୁ ସର୍ବଦା ତାଙ୍କର ସମ୍ମାନକାରୀମାନଙ୍କୁ ପ୍ରେମ କରନ୍ତି, ତାଙ୍କର ସେହି ସ୍ନେହ ଅନାଦିକାଳରୁ ଅନନ୍ତକାଳ ଲାଗି ରହିଥାଏ। ପରମେଶ୍ୱର ସେମାନଙ୍କୁ ଓ ସେମାନଙ୍କର ସନ୍ତାନ ସନ୍ତତି ପ୍ରତି ମଙ୍ଗଳ କରନ୍ତି।

18 ଯେଉଁମାନେ ତାଙ୍କର ନିୟମ ମାନନ୍ତି ଏବଂ ତାଙ୍କର ନିର୍ଦ୍ଦେଶରେ ଗ୍ଭଲନ୍ତି, ସେହିମାନଙ୍କ ପ୍ରତି ପରମେଶ୍ୱର ଉତ୍ତମ।

19 ପରମେଶ୍ୱରଙ୍କ ସିଂହାସନ ସ୍ୱର୍ଗରେ ଅଛି ଏବଂ ସେ ସବୁଆଡ଼େ ଶାସନ କରନ୍ତି।

20 ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ୟ ଯେଉଁମାନେ ପରମେଶ୍ୱରଙ୍କର ଆଦେଶ ମାନନ୍ତି ଓ ସେ ଯାହା କହନ୍ତି, ତାଙ୍କର ବାକ୍ୟଗୁଡ଼ିକ ପାଳନ କରନ୍ତି।

21 ହେ ସଦାପ୍ରଭୁଙ୍କର ସୈନ୍ୟସକଳ, ତୁମ୍ଭେମାନେ ତାଙ୍କର ଧନ୍ୟବାଦ କର। ତୁମ୍ଭେମାନେ ତାଙ୍କର ସେବକ ଅଟ। ସଦାପ୍ରଭୁ ଯାହା ଗ୍ଭହାନ୍ତି ତୁମ୍ଭେମାନେ ତାହା କର।

22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର, ସମସ୍ତେ ତାଙ୍କର ପ୍ରଶଂସା କର। ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan