Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 11 - ପବିତ୍ର ବାଇବଲ


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଲିଖିତ ଗୀତ।

1 ମୁଁ ସର୍ବଦା ସଦାପ୍ରଭୁଙ୍କ ଆଶ୍ରୟ ନିଏ। ତେଣୁ କାହିଁକି ମୋତେ ଲୁଚିବାକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”

2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସେମାନେ ଅନ୍ଧାରରେ ଲୁଚି ରହନ୍ତି। ସେମାନେ ଧନୁରେ ଗୁଣ ଚଢ଼ାନ୍ତି। ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି।

3 ଯଦି ସେମାନେ ସବୁ ଉତ୍ତମ କାର୍ଯ୍ୟକୁ ନଷ୍ଟ କରନ୍ତି। ତେବେ କ’ଣ ଘଟିବ? ତା'ପରେ ସବୁ ଧର୍ମାତ୍ମାମାନେ କ’ଣ କରି ପାରିବେ?

4 ସଦାପ୍ରଭୁ ତାହାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ, ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି। ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।

5 ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ୟାଖ୍ୟାନ କରନ୍ତି।

6 ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସେହି ଦୁଷ୍ଟ ଲୋକମାନେ ଶେଷରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ୱଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

7 କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଗ୍ଭଲନ୍ତି ଓ ପ୍ରେମ କରନ୍ତି, ସେହିମାନେ ହିଁ ତାଙ୍କର ମୁଖ ଦର୍ଶନ କରି ପାରିବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan