ଗୀତସଂହିତା 112 - ପବିତ୍ର ବାଇବଲ1 ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି, ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ, 2 ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ। 3 ସେହି ଲୋକର ପରିବାର ଧନଶାଳୀ ହେବେ ଏବଂ ତା'ର ଧର୍ମ ଚିରକାଳସ୍ଥାୟୀ ହେବ। 4 ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ। ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ। 5 ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ। 6 ସେହି ଲୋକ କଦାପି ବିଚଳିତ ହେବ ନାହିଁ। ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ। 7 ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ। 8 ସେହି ଲୋକ ସୁସ୍ଥିର ଥାଏ। ସେ କେବେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ। 9 ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାୟୀ। ସେ ବିଜୟ ଏବଂ ସମ୍ମାନ ପାଇବ। 10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ। ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International