ଗୀତସଂହିତା 113 - ପବିତ୍ର ବାଇବଲ1 ସଦାପ୍ରଭୁଙ୍କର ପ୍ରଶଂସା କର! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2 ଅଦ୍ୟାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ୟ ହେଉ। 3 ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀୟ। 4 ସଦାପ୍ରଭୁ ସମୁଦାୟ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ। 5 କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ ନୁହେଁ। ପରମେଶ୍ୱର ଆକାଶର ଊର୍ଦ୍ଧ୍ୱରେ ବିଦ୍ୟମାନ। 6 ତେଣୁ ପରମେଶ୍ୱର ଆକାଶ ଓ ପୃଥିବୀକୁ ଦେଖିବାକୁ ତଳକୁ ଗ୍ଭହିଁଲେ। 7 ପରମେଶ୍ୱର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି। 8 ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି। ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି। 9 ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ। କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର! |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International