Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 114 - ପବିତ୍ର ବାଇବଲ

1 ଯେତେବେଳେ ଇସ୍ରାଏଲ ମିଶରରୁ ପରିତ୍ୟାଗ କଲେ, ଯାକୁବ ବଂଶ ବିଦେଶୀ ଲୋକଙ୍କଠାରୁ ବାହାରିଲେ।

2 ସେହି ସମୟରେ ଯିହୁଦା ପରମେଶ୍ୱରଙ୍କର ବିଶେଷ ଲୋକ ହେଲେ। ଇସ୍ରାଏଲ ତାଙ୍କର ରାଜ୍ୟ ହେଲା।

3 ସୂଫସାଗର ତାହା ଦେଖି ଘୁଞ୍ଚି ଗଲା। ଯର୍ଦ୍ଦନ ନଦୀ ଉଜାଣି ବହିଲା।

4 ପର୍ବତଗଣ ମେଷପରି ଡେଇଁଲେ। ମେଷ ଛୁଆ ପରି ଉପପର୍ବତଗଣ ଡିଆଁ ମାରିଲେ।

5 ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?

6 ହେ ପର୍ବତଗଣ, ତୁମ୍ଭେ କାହିଁକି ମେଷମାନଙ୍କ ପରି ଡେଇଁଲ? ହେ ଉପପର୍ବତଗଣ, ତୁମ୍ଭେ କାହିଁକି ମେଷ ଶାବକଙ୍କ ପରି ଡେଇଁଲ?

7 ହେ ପୃଥିବୀ, ଯାକୁବର ପରମେଶ୍ୱରଙ୍କ ସମ୍ମୁଖରେ କମ୍ପିତ ହୁଅ।

8 ପରମେଶ୍ୱର ହେଉଛନ୍ତି ସେହି ଯାହାଙ୍କ ଯୋଗୁଁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ୱର ଚ‌କ୍‌ମକି ପଥରରୁ ନିର୍ଝର ବୁହାଇଲେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan