ଗୀତସଂହିତା 116 - ପବିତ୍ର ବାଇବଲ1 ମୁଁ ତାଙ୍କୁ ପ୍ରେମ କରେ, କାରଣ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଅଛନ୍ତି। 2 ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ ଉତ୍ତର ଦେଲେ। 3 ମୃତ୍ୟୁର ରଜ୍ଜୁ ଚତୁର୍ପାର୍ଶ୍ୱରେ ପ୍ରାୟ ମୋତେ ବାନ୍ଧି ଦେଲା। କବର ତା'ର ଫାନ୍ଦ ସହିତ ମୋର ପାଖାପାଖି ହୋଇଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି। 4 ଏହା ପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, “ହେ ସଦାପ୍ରଭୁ ମୋତେ ରକ୍ଷା କର!” 5 ସଦାପ୍ରଭୁ ହେଉଛନ୍ତି ଧର୍ମମୟ ଓ ଦୟାଳୁ ଏବଂ ଯାହା ଯଥାର୍ଥ ସେ କରନ୍ତି। ଆମ୍ଭମାନଙ୍କର ପରମେଶ୍ୱର ଦୟାଳୁ ଅଟନ୍ତି। 6 ସଦାପ୍ରଭୁ ଅସହାୟ ଲୋକମାନଙ୍କର ଯତ୍ନ ନିଅନ୍ତି। ମୁଁ ଯେତେବେଳେ ଦିନହୀନ ଥିଲି ସଦାପ୍ରଭୁ ମୋତେ ରକ୍ଷା କଲେ। 7 ହେ ମୋର ପ୍ରାଣ, ବିଶ୍ରାମ କର। ସଦାପ୍ରଭୁ ତୁମ୍ଭ ପ୍ରତି ମଙ୍ଗଳମୟ ଅଟନ୍ତି। 8 ସଦାପ୍ରଭୁ, ତୁମ୍ଭେ ମୃତ୍ୟୁରୁ ମୋର ପ୍ରାଣକୁ ରକ୍ଷା କଲ। ମୋର ଲୋତକ ବନ୍ଦ କଲ। ତୁମ୍ଭେ ଝୁଣ୍ଟି ପଡ଼ିଯିବାରୁ ମୋତେ ରକ୍ଷା କଲ। 9 ଜୀବିତମାନଙ୍କ ଦେଶରେ ମୁଁ ସଦାପ୍ରଭୁଙ୍କ ସେବା କରିବି। 10 ଏପରିକି ମୁଁ ଯେବେ କହିଲି, “ମୁଁ ବହୁତ କଷ୍ଟ ପାଛଅଛି” ତଥାପି ମୁଁ ବିଶ୍ୱାସ କଲି। 11 ମୁଁ ଯେତେବେଳେ ଭୟରେ ଥିଲି, କହିଲି, “ସମସ୍ତ ମନୁଷ୍ୟ ମିଥ୍ୟାଗ୍ଭରୀ ଅଟନ୍ତି।” 12 ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ? 13 ସେ ମୋତେ ରକ୍ଷା କଲେ। ତେଣୁ ମୁଁ ତାଙ୍କୁ ପେୟନୈବେଦ୍ୟ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି। 14 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କର ସବୁ ଲୋକଙ୍କ ଆଗରେ ପୂର୍ଣ୍ଣ କରିବି। 15 ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ୟରୁ ସଦ୍ଭକ୍ତମାନଙ୍କ ମୃତ୍ୟୁ ବହୁମୂଲ୍ୟ ଅଟେ। 16 ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁର ଶିଙ୍କୁଳିରୁ ମୁକ୍ତ କର। 17 ମୁଁ ତୁମ୍ଭକୁ ଏକ ଧନ୍ୟବାଦାର୍ଥକ ବଳି ଦେବି। ମୁଁ ସଦାପ୍ରଭୁଙ୍କର ନାମକୁ ଡାକିବି। 18 ମୁଁ ସଦାପ୍ରଭୁଙ୍କଠାରେ କରିଥିବା ପ୍ରତିଜ୍ଞାକୁ ତାଙ୍କ ଲୋକମାନଙ୍କ ଆଗରେ ପୂର୍ଣ୍ଣ କରିବି। 19 ମୁଁ ତାଙ୍କର ଯିରୁଶାଲମରେ ଥିବା ମନ୍ଦିରକୁ ଯିବି। ସଦାପ୍ରଭୁଙ୍କର ପ୍ରଶଂସା କର! |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International