Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 12 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ଶମୀନୀତ୍ ସ୍ୱରରେ ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୁ, ମୋତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।

2 ଲୋକମାନେ ନିଜ ପଡ଼ୋଶୀ ସହିତ ମିଥ୍ୟା କହନ୍ତି। ପ୍ରତ୍ୟେକ ମଣିଷ ଆଜି ଗ୍ଭଟୁକାର ସାଜି ପଡ଼ୋଶୀମାନଙ୍କୁ ମିଥ୍ୟା କଥାରେ ଭୁଲାଇ କହନ୍ତି।

3 ସଦାପ୍ରଭୁ ସେମାନଙ୍କର ଓଷ୍ଠ ବନ୍ଦ କରିବେ, ଯିଏ ମିଥ୍ୟା ବାକ୍ୟ ଉଚ୍ଚାରଣ କରେ। ସଦାପ୍ରଭୁ ସେମାନଙ୍କର ଜିହ୍ୱା ବନ୍ଦ କରିବେ, ଯିଏ ଗର୍ବର କାହାଣୀ ପ୍ରକାଶ କରେ।

4 ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ। ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।”

5 କିନ୍ତୁ ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନେ ନିରୀହ ଲୋକଙ୍କଠାରୁ ଗ୍ଭେରାଇ ନିଅନ୍ତି। ସେମାନେ ଅସହାୟ ଲୋକଙ୍କଠାରୁ ଜିନିଷ ନେଇଯାଆନ୍ତି। କିନ୍ତୁ ମୁଁ ସେମାନଙ୍କ ଉଦ୍ଦେଶ୍ୟ ସଫଳ ହେବାକୁ ଦେବି ନାହିଁ ଓ ମୁଁ ସେହି ଦୁଃଖୀ ଲୋକଙ୍କୁ ରକ୍ଷା କରିବି।”

6 ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ। ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ।

7 ହେ ସଦାପ୍ରଭୁ, ସେହି ଅସହାୟ ଲୋକମାନଙ୍କର ଯତ୍ନ ନିଅ। ସେମାନଙ୍କୁ ବର୍ତ୍ତମାନ ଓ ସବୁଦିନ ପାଇଁ ରକ୍ଷା କର।

8 ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan