Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 120 - ପବିତ୍ର ବାଇବଲ


ମନ୍ଦିର ଆରୋହଣର ଗୀତ।

1 ମୁଁ ଆପଣା ବିପଦ ସମୟରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମୋତେ ଉତ୍ତର ଦେଲେ।

2 “ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର। ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।”

3 ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ? କ’ଣ ପାଇବ ତୁମ୍ଭେ ଜାଣ କି?

4 ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀ‌କ୍ଷ୍‌ଣ ଶର ଓ ଗରମ କୋଇଲା ପରମେଶ୍ୱର ଆଣିବେ।

5 ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।

6 ଶାନ୍ତି ଘୃଣାକାରୀମାନଙ୍କ ସହିତ ମୁଁ ଦୀର୍ଘଦିନଧରି ବାସ କରିଅଛି।

7 ମୁଁ କହିଲି, ମୁଁ ଶାନ୍ତି ଗ୍ଭହେଁ, କିନ୍ତୁ ସେମାନେ ଯୁଦ୍ଧ ଗ୍ଭହାନ୍ତି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan