ଗୀତସଂହିତା 121 - ପବିତ୍ର ବାଇବଲଏକ ଆରୋହଣ ଗୀତ। 1 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ। କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ? 2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା। 3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ। 4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ। କି କେବେ ଶୋଇବେ ନାହିଁ। 5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି। 6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ। 7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭର ଜୀବନକୁ ରକ୍ଷା କରିବେ। 8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International