ଗୀତସଂହିତା 122 - ପବିତ୍ର ବାଇବଲଦାଉଦ ମନ୍ଦିରକୁ ଯିବା ସମୟରେ ଗୀତ। 1 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ, “ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।” 2 ହେ ଯିରୁଶାଲମ! ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ। 3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍। 4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି। ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି। ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ। 5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ। ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ। 6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। “ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ। 7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ। ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।” 8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ। 9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ, ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International