Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 123 - ପବିତ୍ର ବାଇବଲ


ଏକ ଆରୋହଣ ଗୀତ।

1 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ। ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।

2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି। ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।

3 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ! ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।

4 ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan