Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 124 - ପବିତ୍ର ବାଇବଲ


ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

1 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା? ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।

2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ। ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?

3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।

4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ ଜଳରାଶି ପରି ମଗ୍ନ କରିଥା’ନ୍ତେ। ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।

5 ଗର୍ଜୁଥିବା ଜଳରାଶି ଆମ୍ଭକୁ ବୁଡ଼ାଇ ଦେଇଥା’ନ୍ତା।

6 ସଦାପ୍ରଭୁଙ୍କର ପ୍ରଶଂସା କର। ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।

7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।

8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା, ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan