ଗୀତସଂହିତା 126 - ପବିତ୍ର ବାଇବଲଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ। 1 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା। 2 ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।” 3 ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭେମାନେ ଖୁସୀ ଅଟୁ। 4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ। 5 ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ। 6 ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ, ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International