ଗୀତସଂହିତା 127 - ପବିତ୍ର ବାଇବଲଶଲୋମନଙ୍କର ରଚିତ ଆରୋହଣ ଗୀତ। 1 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ। ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ। 2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା। କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି। 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି। 4 ଯୁବକର ପୁତ୍ରଗଣ ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ। 5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ, ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି। ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ, ସେ ହେଉଛି ଭାଗ୍ୟବାନ୍। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International