Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 13 - ପବିତ୍ର ବାଇବଲ


ଦାଉଦଙ୍କର ଗୀତ

1 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?

2 କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ? କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି? କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?

3 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ। ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।

4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।” ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।

5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।

6 ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି। କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan