Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 130 - ପବିତ୍ର ବାଇବଲ


ଏକ ଆରୋହଣ ଗୀତ।

1 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।

2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ। ସାହାଯ୍ୟ ପାଇଁ ମୋର ଡାକ ଶୁଣ।

3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର, ତେବେ କେହି ବଞ୍ଚିବେ ନାହିଁ।

4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।

5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି। ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।

6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।

7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।

8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan