ଗୀତସଂହିତା 131 - ପବିତ୍ର ବାଇବଲଏକ ଆରୋହଣ ସଙ୍ଗୀତ। 1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ। 2 ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା'ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ। 3 ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International