ଆରୋହଣ ଗୀତ। 1 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
2 ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
3 ସ୍ୱର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା, ସିୟୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।