Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 136 - ପବିତ୍ର ବାଇବଲ

1 ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ସେ ମଙ୍ଗଳମୟ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

2 ଦେବତାମାନଙ୍କର ଦେବତାର ପ୍ରଶଂସା କର। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

3 ପ୍ରଭୁମାନଙ୍କର ସଦାପ୍ରଭୁଙ୍କ ପ୍ରଶଂସା କର। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

4 ଯେ ଆଶ୍ଚର୍ଯ୍ୟକାର୍ଯ୍ୟମାନ କରନ୍ତି, ତାହାଙ୍କର ପ୍ରଶଂସା କର। ତାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

5 ପରମେଶ୍ୱରଙ୍କର ପ୍ରଶଂସା କର ଯିଏ ତାଙ୍କ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

6 ପରମେଶ୍ୱର ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ, ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

7 ପରମେଶ୍ୱର ମହାନ ଜ୍ୟୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

8 ପରମେଶ୍ୱର ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ ସୃଷ୍ଟି କଲେ, ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

9 ପରମେଶ୍ୱର ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ ସୃଷ୍ଟି କଲେ। ତାହାଙ୍କ ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

10 ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

11 ପରମେଶ୍ୱର ମିଶର ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

12 ପରମେଶ୍ୱର ତାହାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦେଖାଇଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

13 ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାହାଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।

14 ପରମେଶ୍ୱର ଇସ୍ରାଏଲକୁ ଏଥି ମଧ୍ୟରେ ଗମନ କରାଇଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

15 ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

16 ପରମେଶ୍ୱର ମରୁଭୂମି ଦେଇ ଆପଣା ଲୋକମାନଙ୍କୁ ଆଗେଇ ନେଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

17 ପରମେଶ୍ୱର ଶକ୍ତିଶାଳୀ ରାଜାମାନଙ୍କୁ ପରାସ୍ତ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

18 ପରମେଶ୍ୱର ପରାକ୍ରାନ୍ତ ରାଜାମାନଙ୍କୁ ପରାସ୍ତ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

19 ପରମେଶ୍ୱର ଇମୋରୀୟମାନଙ୍କର ରାଜା ସୀହୋନକୁ ପରାସ୍ତ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

20 ପରମେଶ୍ୱର ବାଶନର ରାଜା ଓ‌ଗ୍‌କୁ ପରାସ୍ତ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

21 ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ତାଙ୍କ ଭୂମି ଦେଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

22 ପରମେଶ୍ୱର ସେହି ଭୂମିକୁ ଇସ୍ରାଏଲଙ୍କୁ ଦାନ କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

23 ପରମେଶ୍ୱର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେତେବେଳେ ଆମ୍ଭେ ପରାସ୍ତ ଥିଲୁ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

24 ପରମେଶ୍ୱର ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ଆମ୍ଭକୁ ରକ୍ଷା କଲେ। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

25 ପରମେଶ୍ୱର ସମସ୍ତ ଜୀବିତ ପ୍ରାଣୀମାନଙ୍କ ନିମନ୍ତେ ଆହାର ଯୋଗାନ୍ତି। ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

26 ସ୍ୱର୍ଗର ପରମେଶ୍ୱରଙ୍କ ପ୍ରଶଂସା କର! ତାହାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan