Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 137 - ପବିତ୍ର ବାଇବଲ

1 ଆମ୍ଭେମାନେ ବାବିଲୀୟ ନଦୀ ନିକଟରେ ସିୟୋନକୁ ସ୍ମରଣ କଲାବେଳେ ସେଠାରେ ବସି ରୋଦନ କଲୁ।

2 ଆମ୍ଭେମାନେ ସେଠାରେ ଥିବା ବାଇଶୀ ବୃକ୍ଷରେ ନିଜ ନିଜର ବୀଣା ଟଙ୍ଗାଇ ରଖିଲୁ।

3 ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ। ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ: “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”

4 କିନ୍ତୁ ଆମ୍ଭେମାନେ ସଦାପ୍ରଭୁଙ୍କର ଗୀତ କିପରି ବିଦେଶରେ ଗାନ କରି ପାରିବା!

5 ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ, ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।

6 ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ କେବେ ଭୁଲେ, ତେବେ ମୋର କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ। ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ।

7 ହେ ସଦାପ୍ରଭୁ, ଇଦୋମୀୟମାନଙ୍କୁ ସ୍ମରଣ କର ଏବଂ ଯିରୁଶାଲମ ଅବରୋଧ ହେବା ସମୟ ସେମାନେ ଯାହା କଲେ ସେଥିପାଇଁ ସେମାନଙ୍କୁ ଦଣ୍ଡିତ କର। ସ୍ମରଣ କର ସେମାନେ କିପରି ଚିତ୍କାର କଲେ, “ଏହି କୋଠାଘରକୁ ଧ୍ୱଂସ କର! ସେମାନଙ୍କୁ ଟାଣିଆଣି ଧୂଳିରେ ମିଶାଇ ଦିଅ।”

8 ହେ ବାବିଲୋନ, ତୁମ୍ଭେ ଧ୍ୱଂସ ହେବ! ମୁଁ ଯେକୌଣସି ଲୋକକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭକୁ ପ୍ରତିଦାନ ଦେବ, ଯାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।

9 ମୁଁ ଯେକୌଣସି ବ୍ୟକ୍ତିକୁ ଆଶୀର୍ବାଦ ଦେବି, ଯିଏ ତୁମ୍ଭର ଶିଶୁଗଣକୁ ତୁମ୍ଭଠାରୁ ଛଡ଼ାଇ ଆଣିବ ଏବଂ ସେମାନଙ୍କୁ ପଥରରେ ପିଟି ଦେବ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan