ଗୀତସଂହିତା 142 - ପବିତ୍ର ବାଇବଲଗୁମ୍ଫାରେ ଥିବା ବେଳେ ଦାଉଦଙ୍କର ମସ୍କୀଲ୍, ପ୍ରାର୍ଥନା। 1 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ। 2 ମୁଁ ସଦାପ୍ରଭୁଙ୍କୁ ମୋର ସମସ୍ୟା ବିଷୟରେ କହିବି। ମୋର ଅସୁବିଧାସକଳ ବିଷୟରେ ସଦାପ୍ରଭୁଙ୍କୁ କହିବି। 3 ଆଶା ଛାଡ଼ିଦେବା ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମୋର ଶତ୍ରୁଗଣ ମୋ’ ପାଇଁ ଫାନ୍ଦ ବସାଇଅଛନ୍ତି। 4 ମୋର ଚତୁର୍ପାର୍ଶ୍ୱରେ କୌଣସି ବନ୍ଧୁଙ୍କୁ ପାଉ ନାହିଁ। ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ। କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ। 5 ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ: “ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ। ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।” 6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସେହି ଲୋକମାନଙ୍କଠାରୁ ମୋତେ ରକ୍ଷା କର ଯେଉଁମାନେ ମୋ’ ପଛରେ ଗୋଡ଼ାଉଛନ୍ତି। ସେହି ଲୋକମାନେ ମୋ'ଠାରୁ ଅଧିକ ଶକ୍ତିଶାଳୀ। 7 ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର। ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି। ଧାର୍ମିକମାନେ ମୋ’ ସହିତ ପାଳନ କରିବେ, କାରଣ ତୁମ୍ଭେ ମୋର ଯତ୍ନ ନେଲ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International