ଗୀତସଂହିତା 148 - ପବିତ୍ର ବାଇବଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର! ସ୍ୱର୍ଗରୁ ତାଙ୍କର ପ୍ରଶଂସା କର! 2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର। 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର! ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର। 4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର! ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର। 5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍ କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ। 6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ। 7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର! 8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ, ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି। 9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ। 10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର। ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି। 11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର। ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି। 12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ ପରମେଶ୍ୱରଙ୍କ ପ୍ରଶଂସା କର। 13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ। 14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ, ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International