ଗୀତସଂହିତା 149 - ପବିତ୍ର ବାଇବଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର। 2 ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ। 3 ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି। 4 ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି। ସେ ସେମାନଙ୍କୁ ରକ୍ଷା କଲେ। 5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର! ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର। 6 ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖଡ଼୍ଗମାନ ଧରନ୍ତୁ। 7 ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ। ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ। 8 ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ। 9 ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ। ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International