ଗୀତସଂହିତା 150 - ପବିତ୍ର ବାଇବଲ1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର! ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର। 2 ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର। 3 ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର। ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର! 4 ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱରଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର। 5 ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର। 6 ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର! |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International