Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 17 - ପବିତ୍ର ବାଇବଲ


ଦାଉଦଙ୍କର ପ୍ରାର୍ଥନା

1 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି। ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି, ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।

2 ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ, ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।

3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ। ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।

4 ମୁଁ ଯଥାସାଧ୍ୟ ଚେଷ୍ଟା କରିଛି ତୁମ୍ଭର ଆଦେଶ ମାନିବାକୁ।

5 ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି। ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।

6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ। ତେଣୁ ବର୍ତ୍ତମାନ ମୋର କଥା ଶୁଣ।

7 ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର। ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର। ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।

8 ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।

9 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ। ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି। ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର। ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।

10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ। ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।

11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି। ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।

12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ। ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି।

13 ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର। ତୁମ୍ଭେ ଆପଣା ଖ‌ଡ଼୍‌ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।

14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।

15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି। ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ, ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan