ଗୀତସଂହିତା 19 - ପବିତ୍ର ବାଇବଲଦାଉଦଙ୍କର ଏକ ଗୀତ 1 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ। 2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ। ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ। 3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା। 4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ। ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ। ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି। 5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ। ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ। ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ। 6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ। ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି। 7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ। 8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ। ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ। ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ। ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ। 9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ। ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ। ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ। ସେଗୁଡ଼ିକ ସର୍ବତୋଭାବେ ସତ୍ୟ। 10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ। ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ। 11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ। ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ। 12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର। 13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର। ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ। ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା'ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ ସମସ୍ତ ପାପରୁ ମୁକ୍ତ ହୋଇ ପାରିବି। 14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International