Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 20 - ପବିତ୍ର ବାଇବଲ


ଦାଉଦଙ୍କର ଏକ ଗୀତ।

1 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ। ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।

2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ। ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।

3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ। ସେଲା

4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।

5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ। ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା। ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।

6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି। ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।

7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି। ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।

8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ। ଆମ୍ଭେ ବିଜୟୀ ଦଳ।

9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan