ଗୀତସଂହିତା 23 - ପବିତ୍ର ବାଇବଲଦାଉଦଙ୍କର ଏକ ଗୀତ। 1 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି, ମୋର କିଛି ଅଭାବ ହେବ ନାହିଁ। 2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି। ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି। 3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି। 4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ। 5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ। ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ। ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି। 6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ। ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International