Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 24 - ପବିତ୍ର ବାଇବଲ


ଦାଉଦଙ୍କର ସଙ୍ଗୀତ।

1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

2 ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।

3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ? କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?

4 ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି, ଯାହାଙ୍କର ହୃଦୟ ଓ ମନ ନିର୍ମଳ, ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହାନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।

5 ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।

6 ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି। ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି। ସେଲା

7 ହେ ନଗର ଫାଟକ, ତୁମ୍ଭର ମସ୍ତକ ଟେକ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।

8 କିଏ ସେହି ଗୌରବମୟ ରାଜା? ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।

9 ହେ ଫାଟକ ସବୁ ଖୋଲି ଯାଅ। ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।

10 କିଏ ସେହି ଗୌରବମୟ ରାଜା? ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି। ସେଲା

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan