Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 25 - ପବିତ୍ର ବାଇବଲ


ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।

2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କେବେ ନିରାଶ ହେବି ନାହିଁ। ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।

3 ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ। କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ। ସେମାନେ କିଛି ପାଇବେ ନାହିଁ।

4 ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର। ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।

5 ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ। ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ। ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।

6 ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର। ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।

7 ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ। ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।

8 ସଦାପ୍ରଭୁ ହିଁ ପ୍ରକୃତରେ ମହାନ। ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।

9 ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।

10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।

11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର। କାରଣ ତୁମ୍ଭେ ମହାନ।

12 ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।

13 ସେହି ବ୍ୟକ୍ତି ଅତି ଆନନ୍ଦରେ ଜୀବନଯାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ୱରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।

14 ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।

15 ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମୋତେ ମୋର ବିପଦରୁ ମୁକ୍ତ କରନ୍ତି।

16 ହେ ସଦାପ୍ରଭୁ, ମୁଁ ଆଘାତ ପ୍ରାପ୍ତ ଓ ଏକୁଟିଆ। ତୁମ୍ଭର କୃପାଦୃଷ୍ଟି ମୋ’ ଉପରେ ପକାଅ।

17 ମୋତେ ବିପଦରୁ ମୁକ୍ତ କର। ମୋର ସମସ୍ୟାର ସମାଧାନରେ ସହାୟକ ହୁଅ।

18 ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।

19 ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ। ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।

20 ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର। ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି। ତେଣୁ ମୋତେ ନିରାଶ କର ନାହିଁ।

21 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ। ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।

22 ହେ ପରମେଶ୍ୱର, ଇସ୍ରାଏଲର ଲୋକମାନଙ୍କୁ ସେମାନଙ୍କ ଶତ୍ରୁ କବଳରୁ ରକ୍ଷା କର।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan