ଗୀତସଂହିତା 27 - ପବିତ୍ର ବାଇବଲଦାଉଦଙ୍କର ଗୀତ। 1 ହେ ସଦାପ୍ରଭୁ, ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା। ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ। ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ। ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ। 2 ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି, ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି। ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ଧ୍ୱଂସ କରିଦେବାକୁ ଗ୍ଭହାନ୍ତି। 3 ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ। ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ। 4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ, “ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।” 5 ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ। 6 ମୋର ଶତ୍ରୁମାନେ ମୋତେ ଘେରି ଗଲେଣି। କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି। 7 ହେ ସଦାପ୍ରଭୁ, ମୋର ଡାକ ଶୁଣ। ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ। 8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି। 9 ହେ ପରମେଶ୍ୱର, ମୋ'ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ। ମୋତେ ସାହାଯ୍ୟ କର। ମୋତେ ଦୂର କର ନାହିଁ। ମୋତେ ପରିତ୍ୟାଗ କର ନାହିଁ। ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା। 10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ। କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ। 11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି। ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର। ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ। 12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି। ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି। ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି। 13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ, ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି। 14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସିକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International