Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 3 - ପବିତ୍ର ବାଇବଲ


ଏହା ହେଉଛି ଦାଉଦଙ୍କର ନିଜ ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ।

1 “ହେ ସଦାପ୍ରଭୁ, ମୋର ବହୁତ ଶତ୍ରୁ ଅଛନ୍ତି। ବହୁତ ଲୋକ ମୋ’ ବିରୁଦ୍ଧରେ ଲାଗିଛନ୍ତି।

2 ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା

3 କିନ୍ତୁ ହେ ସଦାପ୍ରଭୁ, ଏହା କେବଳ ତୁମ୍ଭେ ଯିଏକି ମୋର ଢାଲ ସ୍ୱରୂପ। ତୁମ୍ଭେ ମୋର ମହିମା। ତୁମ୍ଭେ ହିଁ ମୋତେ ପ୍ରାଧାନ୍ୟ ଦେଇଛ।

4 ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା

5 ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି।

6 ହଜାର ହଜାର ସୈନ୍ୟମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଲେ ସୁଦ୍ଧା ମୁଁ ସେହି ଶତ୍ରୁମାନଙ୍କୁ କେବେ ଭୟ କରିବି ନାହିଁ।

7 ହେ ସଦାପ୍ରଭୁ, ତୁମ୍ଭେ ଉଠ! ହେ ପରମେଶ୍ୱର, ତୁମ୍ଭେ ଆସ ଓ ମୋତେ ରକ୍ଷା କର। ତୁମ୍ଭେ ଅତି ବଳଶାଳୀ ଅଟ। ଯଦି ତୁମ୍ଭେ ମୋର ଶତ୍ରୁମାନଙ୍କ ଗାଲରେ ମାରିଥା’ନ୍ତ, ତୁମ୍ଭେ ସେହି ଦୁଷ୍ଟ ଲୋକମାନଙ୍କର ସବୁ ଦାନ୍ତଗୁଡ଼ିକୁ ସହଜରେ ଭାଙ୍ଗି ଦେଇଥା’ନ୍ତ।

8 ହେ ସଦାପ୍ରଭୁ, ଶେଷରେ ତୁମ୍ଭର ହିଁ ବିଜୟ ହେବ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର। ସେଲା

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Lean sinn:



Sanasan